ବୁଲ୍‌ବୁଲ୍‌ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିଲା ଭାଜପା ପ୍ରତିନିଧିମଣ୍ଡଳୀ:

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ବାତ୍ୟା ବୁଲ୍‌ବୁଲ୍‌ ପ୍ରଭାବରେ କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ଯାଜପୁର, ମୟୂରଭଞ୍ଜ ଆଦି ୬ ଜିଲା ପ୍ରଭାବିତ ହୋଇଛି। ପ୍ରାଥମିକ ଆକଳନ ଅନୁଯାୟୀ ଏହି ସବୁ ଜିଲାରେ ପ୍ରାୟ ୩ ଲକ୍ଷ ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି। ମୁଖ୍ୟତଃ ବାତ୍ୟା ଯୋଗୁ ଥୋଡୁଓ ଧାନ ଅତ୍ୟଧିକ ମାତ୍ରାରେ କ୍ଷତି ହୋଇଛି। ଥୋଡୁଅ ସମୟରେ ବର୍ଷା ହେବା ଫଳରେ ଧାନ ଫସଲ ନଷ୍ଟ ହୋଇଯାଇଛି। ରାଜ୍ୟ ସରକାର ତୁରନ୍ତ ସେମାନଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିବାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଦାବି କରିଛନ୍ତି। ଅନ୍ୟପଟେ ବିରୋଧୀ ଦଳ ନେତାଙ୍କ ନେତୃତ୍ୱରେ ରାଜ୍ୟ ଭାଜପାର ଏକ ପ୍ରତିନିଧି ଦଳ ସୋମବାର କେନ୍ଦ୍ରାପଡା ଜିଲାର ପ୍ରଭାବିତ ରାଜନଗର, ରାଜକନିକା, ଆଳି, ପଟ୍ଟାମୁଣ୍ଡାଇ ଆଦି ଅଞ୍ଚଳ ବୁଲିବା ସହିତ ମୃତକ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି। ବାତ୍ୟା ବୁଲ୍‌ବୁଲ୍‌ ପ୍ରଭାବରେ ଉକ୍ତ ଅଞ୍ଚଳରେ ହୋଇଥିବା ବ୍ୟାପକ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ଯାଇଥିଲେ। ସ୍ଥାନୀୟ ଜନସାଧାରଣଙ୍କ ଦୁଃଖକୁ ଜାଣିବାକୁ ଯାଇ ଏହି ପ୍ରତିନିଧିଦଳ ଜିଲା ପ୍ରଶାସନ ଲୋକଙ୍କୁ ଯଥେଷ୍ଟ ପାନୀୟ ଜଳ, ରାସ୍ତାଘାଟକୁ ବ୍ୟବସ୍ଥିତ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ଏପରି କି ରିଲିଫ୍‌ ଆକାରରେ କାୈଣସି ଅତ୍ୟାବଶ୍ୟକୀୟ ସାମଗ୍ରୀ ମିଳିନି। ଏଭଳି ସମୟରେ ରାଜ୍ୟ ସରକାର ବିଳମ୍ବ ନ କରି ସମସ୍ତ କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ କରାଯିବାକୁ ଭାଜପା ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri