ବୁଲ୍‌ବୁଲ୍‌ କ୍ଷୟକ୍ଷତି ଆକଳନ ପାଇଁ ଓଡ଼ିଶାରେ କେନ୍ଦ୍ରୀୟ ଟିମ୍‌ ଆଜି ସନ୍ଧ୍ୟାରେ ରାଜ୍ୟ ଅଧିକାରୀଙ୍କ ସହ ବୈଠକ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ବାତ୍ୟା ବୁଲ୍‌ବୁଲ୍‌ ପ୍ରଭାବରେ ରାଜ୍ୟର ୬ଟି ଜିଲାରେ ବ୍ୟାପକ କ୍ଷତି ହୋଇଥିବା ଜଣାପଡିଛି। ବାତ୍ୟାରେ ରାଜ୍ୟରେ କ୍ଷୟକ୍ଷତି ଆକଳନ ସକାଶେ କେନ୍ଦ୍ର ସରକାରଙ୍କ ଆନ୍ତଃ-ମନ୍ତ୍ରଣାଳୟ ଟିମ୍‌ ଓଡିଶା ଗସ୍ତରେ ଆସିଛନ୍ତି। ବାତ୍ୟାର ସପ୍ତାହେ ପରେ କେନ୍ଦ୍ରରୁ ଆସିଥିବା ୭ଜଣିଆ ଟିମ୍‌ ଗୁରୁବାର ଭଦ୍ରକ ଜିଲାର ଉପକୂଳବର୍ତ୍ତୀ ଚାନ୍ଦବାଲି, ଧାମରା ଓ ବାସୁଦେବପୁର ଅଞ୍ଚଳର କ୍ଷୟକ୍ଷତି ଆକଳନ କରିଛନ୍ତି। ପ୍ରଥମ ଦିନ ଏହି ଟିମ୍‌ ଜାଗୁଳା ପଞ୍ଚାୟତର ବଳଭଦ୍ରପ୍ରସାଦ ଗାଁକୁ ଯାଇ ବାତ୍ୟାରେ କିଭଳି ଧାନ ଫସଲ ନଷ୍ଟ ହୋଇଛି ତାକୁ ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ ସେମାନେ ସ୍ଥାନୀୟ ଚାଷୀଙ୍କ ସହିତ ମଧ୍ୟ ଆଲୋଚନା କରିଛନ୍ତି। ଏହି କେନ୍ଦ୍ରୀୟ ପ୍ରତିନିଧି ଦଳ ଶୁକ୍ରବାର ପୁନର୍ବାର ଭଦ୍ରକ ଜିଲା ସମେତ ବାଲେଶ୍ୱର, କେନ୍ଦ୍ରାପଡା ଓ ଜଗତ୍‌ସିଂହପୁର ଗସ୍ତ କରିବେ ବୋଲି ସୂଚନା ମିଳିଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଯୁଗ୍ମ ସଚିବ ସାହେଲି ଘୋଷ ରାୟଙ୍କ ନେତୃତ୍ୱରେ ଗୁରୁବାର କେନ୍ଦ୍ରୀୟ ଟିମ୍‌ ଭୁବନେଶ୍ୱରଠାରେ ପହଞ୍ଚିବାପରେ ବିମାନ ଯୋଗେ ଧାମରା ଗସ୍ତ କରିଥିଲେ। ଏହି ପ୍ରତିନିଧି ଦଳ ଦୁଇଟି ଭାଗରେ ବିଭକ୍ତ ହୋଇ ଭିନ୍ନ ଭିନ୍ନ ଅ଼ଞ୍ଚଳକୁ ଗସ୍ତ କରିବେ। ଗୋଟିଏ ଟିମ୍‌ ପୂର୍ବାହ୍ନରେ ଭଦ୍ରକର ଚାନ୍ଦବାଲି ଓ ବାସୁଦେବପୁର ବ୍ଲକ ଏବଂ ଅପରାହ୍ନରେ ବାଲେଶ୍ୱରର ଭୋଗରାଇ ବ୍ଲକର କ୍ଷୟକ୍ଷତି ଆକଳନ କରିବେ। ସେହିପରି ଅନ୍ୟ ଏକ ଟିମ୍‌ କେନ୍ଦ୍ରାପଡା ଜିଲାର ରାଜନଗର ବ୍ଲକ ଏବଂ ଅପରାହ୍ନରେ ଜଗତ୍‌ସିଂହପୁର ବ୍ଲର କୁଜଙ୍ଗ ଏବଂ ଏରସମା ବ୍ଲକର କ୍ଷୟକ୍ଷତି ରିପୋର୍ଟ ସଂଗ୍ରହ କରିବେ। ଉଭୟ ଟିମ୍‌ ସାରେ ଭୁବନେଶ୍ୱର ଫେରିବାପରେ ମୁଖ୍ୟ ଶାସନ ସଚିବ ଏବଂ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ବୋଲି ମଧ୍ୟ ସୂଚନା ମିଳିଛି। ଅନ୍ୟମାନଙ୍କ ମଧ୍ୟରେ ଏହି ପ୍ରତିନିଧି ଦଳରେ ବନ୍ଦନା ସିଙ୍ଘାଲ, ଦୀନା ନାଥ, ଏସ୍‌ଏସ୍‌ ମୋଦି, ଅରିଶ ପାଲସିଂ, ବୀରେନ୍ଦ୍ର ସିଂ ଓ ସୁନୀଲ କୁମାର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri