‘ବୁଲ୍‌ବୁଲ୍‌’ ଛାଡ଼ିଗଲା ଦୁଃଖ: ପାଣିରେ ବୁଡ଼ିରହିଛି ପାଚିଲା ଧାନକ୍ଷେତ

ଉଦଳା,୧୧ା୧୧(ଡି.ଏନ୍‌.ଏ.)- ସାମୁଦ୍ରିକ ଝଡ଼ ବୁଲ୍‌ବୁଲ୍‌ ଚାଲିଯାଇଛି, ହେଲେ ଛାଡ଼ି ଯାଇଛି ଅସରନ୍ତି ଦୁଃଖ ା ବିଶେଷକରି ଚାଷୀଙ୍କ ଅଣ୍ଟାକୁ ଭାଙ୍ଗି ଦେଇଛି ଏହି ସର୍ବଗ୍ରାସୀ ବାତ୍ୟା। ଏହାର ପ୍ରଭାବରେ ବ୍ୟାପକ ଫସଲ ନଷ୍ଟ ହୋଇଥିବା ବେଳେ ମୟୂରଭଞ୍ଜ ଜିଲା ଉଦଳା ବ୍ଲକ କୋଚିଳାଡିହା ପଞ୍ଚାୟତର ଚାଷୀମାନେ ବିଶେଷଭାବେ କ୍ଷତିଗ୍ରସ୍ତ ହୋଇଛନ୍ତି। ଏହି ପଞ୍ଚାୟତର ବୈରାଟପୁର ଓ ଧୂଳିନ୍ଦା ଅଞ୍ଚଳର ଚାଷୀମାନେ ଧାନ ଫସଲ କରିଥିଲେ ା ଆଉ ମାତ୍ର କେଇଟା ଦିନ ପରେ ଅମଳ କରି ଘରକୁ ଆଣିଥାନ୍ତେ। ମାତ୍ର ଦୁଇଦିନ ଧରି ହୋଇଥିବା ସାମୁଦ୍ରିକ ଝଡ଼ ପ୍ରଭାବରେ ବର୍ଷା ଏବଂ ପବନ ଲାଗି ରହିବାରୁ ଏହା ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଛି ା ବିଲରେ ଛିଡ଼ା ହୋଇଥିବା ଧାନଗଛ ପବନ ପ୍ରଭାବରେ ଶୋଇପଡ଼ିଛି। ଏହାସହିତ କିଛି ଚାଷୀଙ୍କ ଜମିରେ ବର୍ଷା ପାଣି ଜମି ରହିଥିବାରୁ ପାଚିବାକୁ ବସିଥିବା ଧାନଗଛ ପାଣିରେ ବୁଡ଼ି ରହିଛି। ଏହି ଦୁଇଟିି ଗ୍ରାମରେ ପାଖାପାଖି ୮୦ ଏକରରୁ ଅଧିକ ଫସଲ କ୍ଷତିଗ୍ରସ୍ତ ହୋଇଛି ା ବିଭିନ୍ନ ବ୍ୟାଙ୍କ ଏବଂ ଲ୍ୟାମ୍ପ୍ସରୁ ଋଣକରି ଚାଷ କରିଥିବା ଚାଷୀ କିପରି ଋଣ ପରିଶୋଧ କରିବେ, ସେନେଇ ଚିନ୍ତାରେ ପଡ଼ିଛନ୍ତି। ପାଣିରେ ବୁଡି ରହିଥିବାରୁ ଧାନ ଗଜା ହେବାର ଆଶଙ୍କା ମଧ୍ୟ ଦେଖାଦେଇଛି ା ବାତ୍ୟାର ଦିନକ ପରେ ପ୍ରଶାସନିକ ଅଧିକାରୀମାନେ କ୍ଷୟକ୍ଷତି ଆକଳନ ପାଇଁ ଗାଁକୁ ଆସି ନ ଥିବା କ୍ଷତିଗ୍ରସ୍ତ ଚାଷୀ ସ୍ବରୂପ କୁମାର ମହାପାତ୍ର, ପ୍ରଫୁଲ୍ଲ ନାଏକ, ମଙ୍ଗଲା ଦେହୁରୀ, ଗୋପୀନାଥ ଦେହୁରୀ, ପୂର୍ଣ୍ଣଚନ୍ଦ୍ର ବେହେରା, ରନତ୍ାକର ନାଏକ ଅଭିଯୋଗ କରିଛନ୍ତି। କ୍ଷୟକ୍ଷତିର ଆକଳନ କରାଯାଇ ତୁରନ୍ତ କ୍ଷତିପୂରଣ ପ୍ରଦାନ କରାଯିବାକୁ ଚାଷୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ପୋଡୁ ଚାଷବେଳେ ହଠାତ୍‌ ମାଡିଆସିଲା ଭୟଙ୍କର ବର୍ଷା, ପବନ: ଗଛ ମୂଳେ ଆଶ୍ରୟ ନେଇଥିବା ୩ ମହିଳାଙ୍କୁ ମାରିଲା ବିଜୁଳି

  ଥୁଆମୂଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଡୁମେରପଦର ଗ୍ରାମର ନୁନ ପାଣି ପାହାଡ଼ ନିକଟରେ ଆଜି ଏକ…

ଦିଗପହଣ୍ଡି ଏନଏସି ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଶୁଭାରମ୍ଭ; ନାଗରିକଙ୍କ ସହଭାଗିତା, ସଚେତନତା, ସୁଶାସନ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସହରରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏନଏସି କାର୍ଯ୍ୟାଳୟ ସମ୍ମିଳନୀ…

ଧୂଷୁରୀପଙ୍ଗଟା ମୁଖ୍ୟରାସ୍ତାରେ ମଦ ଦୋକାନ ପୁନଃସ୍ଥାପନକୁ ବିରୋଧ: ଜିଲାପାଳଙ୍କୁ ଭେଟି ଦାବିପତ୍ର

ଅସୁରାଳି, ୧୭।୬ (ସନ୍ତୋଷ ସାହୁ): ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀପଙ୍ଗଟା ମୁଖ୍ୟ ରାସ୍ତାପାର୍ଶ୍ୱରେ ସରକାରୀ ଦେଶୀ ଓ ବିଦେଶୀ ମଦ ଦୋକାନକୁ ପୁନର୍ବାର ସ୍ଥାପନ ନ କରିବା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ: ଚାମେଲିଙ୍କୁ ଦୋଷ ମୁକ୍ତ କର, ନ ହେଲେ…

ପାଟଣା,୧୭।୬(ବୀର କିଶୋର ଦାଶ):କେନ୍ଦ୍ରାପଡା ଜିଲା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ। ଯେ ପର୍ଯ୍ୟନ୍ତ ତାଙ୍କୁ ନ୍ୟାୟ ପ୍ରଦାନ ସହ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri