ବୁଲ୍‌ବୁଲ୍‌ ପୁନରୁଦ୍ଧାର କାର୍ଯ୍ୟରେ ପ୍ରଶାସନକୁ ସହାୟତା କଲା ବିଜୁ ଯୁବ ବାହିନୀ

ଭୁବନେଶ୍ୱର,୯।୧୧(ବ୍ୟୁରୋ):  ‘ବୁଲ୍‌ବୁଲ୍‌’ ଓଡ଼ିଶା ଉପକୂଳ ଦେଇ ଗତି କରୁଅଛି। ଏହାର ପ୍ରଭାବରେ ଉତ୍ତର ତଥା ଉପକୂଳ ଓଡ଼ିଶା କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସହ ପବନ ହୋଇଛି। ଏହା ଦ୍ୱାରା ରାସ୍ତାରେ ଗଛ ପଡିବା ଭଳି ସମସ୍ୟା ସୃଷ୍ଟି ହୋଇଛି। ଅନେକ ସ୍ଥାନରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ସହ ପୁନରୁଦ୍ଧାର କାର୍ଯ୍ୟ ଜାରିରହିଛି। ଏହି କାର୍ଯ୍ୟରେ ୧୫ ଜିଲାର ସମସ୍ତ ବିଜୁ ଯୁବ ବାହିନୀ ସ୍ବେଚ୍ଛାସେବୀ ଜିଲା ପ୍ରଶାସନକୁ ସହାୟତାର ହାତ ବଢାଇଛନ୍ତି। ବୁଲ୍‌ବୁଲ୍‌ ପୂର୍ବ ପ୍ରସ୍ତୁତି ଏବଂ ଏହାର ପ୍ରଭାବରେ ହୋଇଥିବା କ୍ଷତିର ପୁନରୁଦ୍ଧାର କାର୍ଯ୍ୟ ବାହିନୀ ପକ୍ଷରୁ ଜାରି ରହିବ। ଏନେଇ ଶୁକ୍ରବାରଠାରୁ ରାଜ୍ୟ ଯୁବ କଲ୍ୟାଣ ବୋର୍ଡ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ବିଜୟ କୁମାର ନାୟକ ସ୍ବେଚ୍ଛାସେବୀଙ୍କୁ ଆହ୍ବାନ ଦେଇଥିଲେ। ବୁଲ୍‌ବୁଲ୍‌ ପ୍ରଭାବରେ ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଆଦି ଜିଲାରେ ହୋଇଥିବା କ୍ଷୟକ୍ଷତି ପରେ ଯୁବ ବାହିନୀର ସଦସ୍ୟମାନେ ଉଦ୍ଧାର କାର୍ଯ୍ୟ କରିଥିବା ଜଣାପଡିଛି। ଉଲ୍ଲେଖଯୋଗ୍ୟ,ବିଜୁ ଯୁବ ବାହିନୀର ସ୍ବେଚ୍ଛାସେବୀମାନେ ୨୦୧୮ ‘ତିତ୍‌ଲି’ ଓ ୨୦୧୯ ‘ଫନୀ’ ସମୟରେ ପ୍ରଶଂସନୀୟ କାର୍ଯ୍ୟ କରିଥିଲେ। ‘ବୁଲ୍‌ବୁଲ୍‌’ ଦ୍ୱାରା ଯେପରି କୌଣସି ଧନଜୀବନ ହାନି ନ ହୁଏ, ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ବିଜୁ ଯୁବ ବାହିନୀ ସ୍ବେଚ୍ଛାସେବୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri