ବିିଞ୍ଝାରପୁର/ସିଂହପୁର,୧୪|୮(ଡି.ଏନ୍.ଏ.)- ବିଞ୍ଝାରପୁର ବ୍ଲକର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଓ ପଞ୍ଚାୟତ ସମିତି ଅଧ୍ୟକ୍ଷ ନନ୍ଦକିଶୋର ସାମଲ ଚାରାରୋପଣ କରିଛନ୍ତି। ପ୍ରଥମେ ସିଂହପୁରସ୍ଥିତ ଖରସ୍ରୋତା ମହାବିଦ୍ୟାଳୟରେ ପହଞ୍ଚତ୍ଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ କ୍ଷୀରୋଦ କୁମାର ବେହେରାଙ୍କ ସମେତ ସମସ୍ତ ଅଧ୍ୟାାପିକାଅଧ୍ୟାପକ ଓ ଛାତ୍ରୀଛାତ୍ର ଜିଲାପାଳଙ୍କୁ ସ୍ବାଗତ କରିଥିଲେ। ଜିଲାପାଳ ମହାବିଦ୍ୟାଳୟର ଖେଳ ପଡିଆର ଚତୁପାର୍ଶ୍ୱରେ ଦେବଦାରୁ ଓ ଆକାଶୀ ଆଦି ଚାରାରୋପଣ କରିଥିଲେ। କାର୍ଯ୍ୟକ୍ରମରେ ଜିଲାପାଳଙ୍କ ସମେତ ଏଡିଏମ୍ ମିହିର ପ୍ରସାଦ ମହାନ୍ତି, ବିଞ୍ଝାରପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ନନ୍ଦ କିଶୋର ସାମଲ, ଭାରପ୍ରାପ୍ତ ବିଡିଓ ମିନତୀ ଜଗଦ୍ଦେବ, ମହାବିଦ୍ୟାଳୟ ଅଧ୍ୟକ୍ଷ ଓ ଛାତ୍ରୀଛାତ୍ର ପ୍ରମୁଖ ସାମିଲ ହୋଇ ଚାରାରୋପଣ କରିଥିଲେ। ପରେ ଆୟୋଜିତ ଏକ ସଭାରେ ଯୋଗଦେଇ ଜିଲାପାଳ ବୃକ୍ଷ ପ୍ରତ୍ୟକ୍ଷ ଓ ପରୋକ୍ଷରେ ମଣିଷ ଜୀବନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ସାମ୍ପ୍ରତିକ ସ୍ଥିତିରେ ବ୍ୟାପକ ଚାରାରୋପଣ ଉପରେ ଛାତ୍ରୀଛାତ୍ର ଗୁରୁତ୍ୱାରୋପ କରିବା ଆବଶ୍ୟକ ବୋଲି କହିଥିଲେ। ରୋପଣ କରାଯାଇଥିବା ଚାରାଗୁଡିକର ଯତ୍ନ ନେଇ ସେଗୁଡିକୁ ବଞ୍ଚାଇ ରଖିବାକୁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇଥିଲେ। ଏହିପରି ସିଂହପୁରସ୍ଥିତ ଦେବୀ ଭବନ ଛକଠାରେ ବ୍ଲକ ଅଧ୍ୟକ୍ଷ ନନ୍ଦକିଶୋର ସାମଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ଚାରାରୋପଣ କାର୍ଯ୍ୟକ୍ରମରେ ଜିଲାପାଳ ଯୋଗଦେଇଥିଲେ। ଏଥିରେ ସରପଞ୍ଚ ସୌଭାଗ୍ୟ ମହାପାତ୍ରଙ୍କ ସମେତ ଶତାଧିକ ଗ୍ରାମବାସୀ ଉପସ୍ଥିତ ରହିଥିଲେ ା ବାଛୋଳ ପଞ୍ଚାୟତ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଜିଲାପାଳ ଗୋଡିଢିହ ଛକ ଠାରୁ କିଛିବାଟ ଦୂର ମୁଖ୍ୟ ରାସ୍ତା କଡ଼ରେ ଚାରାରୋପଣ କରିଥିଲେ। ଜିଲାପାଳଙ୍କ ସମେତ ବ୍ଲକ ଅଧ୍ୟକ୍ଷ ନନ୍ଦକିଶୋର ସାମଲ, ସରପଞ୍ଚ ତରୁଣ କୁମାର ସାହୁ, ସମିତିସଭ୍ୟ ସୁରେନ୍ଦ୍ର ସାହୁ, ସର୍ବେଶ୍ୱର ଧଳ, ଧରଣୀ ରାଉତ, ବିଜୟ ଦାସ ପ୍ରମୁଖ ଯୋଗଦେଇଥିଲେ।
Posted inଆମ ଜିଲା ଖବର, ଯାଜପୁର View All
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଘରୋଇ କଲେଜ ସିଲ୍ କଲା ପ୍ରଶାସନ, ତଦନ୍ତ ଆରମ୍ଭ
ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…
ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…
ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ
ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

