ବୃତ୍ତି ବଦଳାଇଛି କରୋନା: ଟମାଟୋ ବିକି ପେଟ ପୋଷୁଛନ୍ତି ବାଦ୍ୟ କଳାକାର

ଲାଠୋର, ୨୨ା୬(ଡି.ଏନ.ଏ.)  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡା ପଞ୍ଚାୟତ ଅନ୍ତର୍ଗତ ଜଲପାଙ୍କେଲ ଗ୍ରାମର ବାଦ୍ୟ କଳାକାର ବିନୋଦ ସୁନା। କରୋନା ତାଙ୍କ ଜୀବନ ଜୀବିକା ଉପରେ ଗଭୀର ପ୍ରଭାବ ପକାଇଛି। ଲକ୍‌ଡାଉନ କଟକଣା ଯୋଗୁ କଳାକାର ବୃତ୍ତିରେ ବାଧା ଉପୁଜିଥିବା ବେଳେ ଏବେ ସେ ଗାଁ ଗାଁ ବୁଲି ଟମାଟୋ ବିକ୍ରି କରୁଛନ୍ତି। ଏଥିରୁ ଯାହା ମିଳୁଛି ସେଥିରେ ବଡକଷ୍ଟରେ ସେ ପରିବାର ଚଳାଉଛନ୍ତି। ବିନୋଦଙ୍କୁ ଯେତେବେଳେ ୧୫ବର୍ଷ ହୋଇଥିଲା ପରିବାରର ଆର୍ଥିକ ଦୁଃସ୍ଥିତି ଯୋଗୁ ପଢା ଛାଡିଲେ। ନିଜର କୌଳିକ ବୃତ୍ତି ଗଣ୍ଡା ବାଜା ବଜାଇବା କାମରେ ବାପାଙ୍କୁ ସାହାଯ୍ୟ କଲେ। ତା’ପରେ ସେ ଏହି ବୃତ୍ତିକୁ ସ୍ଥାୟୀ ଭାବେ ଗ୍ରହଣ କରି ବିଭିନ୍ନ ବିବାହ ବ୍ରତ, ଜାନିଯାତ୍ରା, ସାଂସ୍କୃତିକ କାର୍ଯ୍ୟକ୍ରମରେ ବାଜା ବଜାଇ ଦୁଇ ପଇସା ରୋଜଗାାର କରୁଥିଲେ। ଘରଡିହକୁ ଛାଡି ଦେଲେ ତାଙ୍କର ଅନ୍ୟ କୌଣସି ସମ୍ପତ୍ତି ନାହିଁ। ସ୍ତ୍ରୀ କୌଶଲ୍ୟା ଏବଂ ଦୁଇ ଝିଅ ନିଲିମା ଓ ଦେବିକାଙ୍କୁ ନେଇ ତାଙ୍କର ସଂସାର। କରୋନା କଟକଣା ଯୋଗୁ ଗତ ମାର୍ଚ୍ଚ ଶେଷ ସପ୍ତାହରୁ ଘରେ ବସି ରହିଛନ୍ତି। ପଞ୍ଚାୟତ ତରଫରୁ ମିଳୁଛି ୨୦ କେଜି ଚାଉଳ। ସରକାର ବାଦ୍ୟ କଳାକାରଙ୍କ ପାଇଁ କୌଣସି ପ୍ରକାର ପ୍ୟାକେଜ ଘୋଷଣା କଲେନାହିଁ। ଶେଷରେ କୌଣସି ଉପାୟ ନ ପାଇ ବାଧ୍ୟ ହୋଇ ସାଇକେଲରେ ଗାଁକୁ ଗାଁ ବୁଲି ଟମାଟୋ ବିକ୍ରୟ କରୁଛନ୍ତି। ଏଥିରୁ ପ୍ରତ୍ୟେକ ଦିନ ପ୍ରତ୍ୟହ ୧୫୦ରୁ ୨୦୦ ଟଙ୍କା ଉପାର୍ଜନ ହେଉଛି ବୋଲି କହନ୍ତି ବିନୋଦ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri