ବୃଦ୍ଧଙ୍କଠାରୁ ଲୁଟିନେଲେ ଦୁର୍ବୃତ୍ତ

ଚିକିଟି,୨୭ା୨(ଡି.ଏନ.ଏ.)- ବ୍ରହ୍ମପୁର ପୋଲିସ୍‌ ଜିଲା କେ.ନୂଆଗଁା ଥାନା କରବାଲୁଆ ଛକ-ଭୋଳାସିଙ୍ଗି ରାସ୍ତାରେ ଥିବା ମା’ ବଗଳାମୁଖି ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ଜଣେ ବୃଦ୍ଧ ଲୁଟ୍‌ର ଶିକାର ହୋଇଛନ୍ତି। ସେ ହେଲେ କଳବାଡ ପଞ୍ଚାୟତ ବଡଗଁା ଗ୍ରାମର ରଘୁ ବେହେରା (୬୦)।
ମିଳିଥିବା ସୂଚନା ଅନୁଯାୟୀ, ରଘୁ ଚିକିଟିପେଣ୍ଠ ସ୍ଥିତ ଆନ୍ଧ୍ର ବ୍ୟାଙ୍କରୁ ୪୦ ହଜାର ଟଙ୍କା ଉଠାଇ ସାଇକେଲ ଯୋଗେ ଉକ୍ତ ରାସ୍ତା ଦେଇ ଘରକୁ ଫେରୁଥିଲେ। ମନ୍ଦିର ନିକଟରେ ୨ ଜଣ କଳା ମୁଖାଧାରୀ ଦୁର୍ବୃତ୍ତ ବାଇକ୍‌ ଯୋଗେ ସାମନାପଟୁ ଆସି ରଘୁଙ୍କୁ ଅଟକାଇ ଟଙ୍କା ଲୁଟିନେଇ ଦ୍ରୁତଗତିରେ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ବୃଦ୍ଧଙ୍କ ପାଟିଶୁଣି ଦୁର୍ବୃତ୍ତଙ୍କ ପିଛା କରିଥିଲେ ମଧ୍ୟ ଟେର୍‌ ପାଇ ନ ଥିଲେ। କେ.ନୂଆଗଁା ପୋଲିସ୍‌ ଓ ଚିକିଟି ଫାଣ୍ଡି ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତନାଘନା ଆରମ୍ଭ କରିଛନ୍ତି। ବର୍ଷେ ମଧ୍ୟରେ ଏପରି ୧୦ରୁ ଉର୍ଦ୍ଧ୍ୱ ଘଟଣା ଘଟିଥିଲେ ମଧ୍ୟ ଆଜିସୁଦ୍ଧା ପୋଲିସ କୌଣସି ଦୁର୍ବୃତ୍ତଙ୍କୁ କାବୁ କରିପାରି ନ ଥିବା ଜଣାପଡିଛି। ଏ ସମ୍ପର୍କରେ ଚିକିଟି ଫାଣ୍ଡି ଅଧିକାରୀ ବିଜୟ କୁମାର ପ୍ରଧାଙ୍କ ସହ ଯୋଗଯୋଗବେଳେ ଘଟଣା ସତ୍ୟ କିନ୍ତୁ ଏନେଇ ଥାନାରେ ଏତଲା ହୋଇ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri