ବୃଦ୍ଧଙ୍କଠାରୁ ଲୁଟିନେଲେ ୫୦ ହଜାର ଟଙ୍କା

ତିହିଡ଼ି, ୨୦।୧୨ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା କଁାପଡ଼ା ପଞ୍ଚାୟତ ଅଧୀନ ମଠସାହି ଗ୍ରାମର ଧନୀ ମଳିକ ନାମକ ଜଣେ ବୃଦ୍ଧ ଶୁକ୍ରବାର ମଧ୍ୟାହ୍ନରେ ଲୁଟ୍‌ର ଶିକାର ହୋଇଛନ୍ତି। ଲୁଟେରାମାନେ ତାଙ୍କଠାରୁ ୫୦ହଜାର ଟଙ୍କା ଲୁଟି ନେଇଛନ୍ତି। ସେ ଏ ନେଇ ତିହିଡ଼ି ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଚଳାଇଛି। ଧନୀ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ସେ ଗାନ୍ଧିନଗର ସମବାୟ ସମିତିରୁ ୫୦ହଜାର ଟଙ୍କା ଆଣି କାର୍ଯ୍ୟରେ ତହସିଲ କାର୍ଯ୍ୟାଳୟକୁ ଯାଉଥିଲେ। ଅଫିସ୍‌ ପାଖରେ ଦୁଇଜଣ ଯୁବକ ତାଙ୍କ ଡ୍ରେସ ଉପରକୁ ଅଠା ଫିଙ୍ଗି ଦେଇଥିଲେ। ପରେ ସେହି ଯୁବକଦ୍ୱୟ ତାଙ୍କୁ ଡ୍ରେସ ଧୋଇଦେବାକୁ କହିଥିଲେ। ଟଙ୍କା ଥିବା ବ୍ୟାଗ୍‌ ଏକ ନଳକୂପ ପାଖରେ ରଖି ସେ ଡ୍ରେସ୍‌ରୁ ଅଠା ସଫା କରୁଥିବାବେଳେ ସେମାନେ ଟଙ୍କା ବ୍ୟାଗ ନେଇ ବାଇକ୍‌ରେ ପଳାଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ସମୟରେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ପରିସ୍ରା କରିବାକୁ ଯାଇଥିବା ବେଳେ…

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ଅଧୀନ ଏକ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୨୧…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri