ବୃଦ୍ଧଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଗଣ୍ଡତୁରୁମ,୨୬।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ଅରେଇଗୁଡ଼ି ଗ୍ରାମରେ ବୁଧବାର ରାତିରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଏକ ହତ୍ୟା ମାମଲା ରୂଜୁ କରି ଅଧିକ ତଦନ୍ତ ଚଲାଇଛି। ଘଟଣାରୁ ପ୍ରକାଶ ଯେ , ଗ୍ରାମରେ ନାଗବାଚା ପୂଜାର୍ଚ୍ଚନା ଚାଲିଥିବା ବେଳେ ଗ୍ରାମର ସୁଶୀଲ ସାହୁ (୩୬) ପ୍ରଚୁର ମଦ୍ୟପାନ କରି ସେଠାକୁ ଆସି ମାନସିକଧାରୀଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହିତ ମାରପିଟ୍‌ କରିଥିଲେ। ଗ୍ରାମବାସୀ ତାଙ୍କୁ ବୁଝାସୁଝା କରି ଘରକୁ ପଠାଇ ଦେଇଥିଲେ। ମାତ୍ର ନିଶାସକ୍ତ ସୁଶୀଲର ରାଗ ଥମିବା ପରିବର୍ତ୍ତେ ପରିଶୋଧ ପରାୟଣ ହୋଇଥିଲା। ଘଟଣାର କିଛି ସମୟ ପରେ ନାଗବାଚା ଦଳର ସଦସ୍ୟ ମନଷୀ ଭୂଏ(୬୦) ଶୌଚ ପାଇଁ ଯାଉଥିବା ବେଳେ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଏଥିରେ ମନଷୀଙ୍କ ମୁଣ୍ଡରେ ଗଭୀର କ୍ଷତ ହେବା ସହିତ ପ୍ରଚୁର ରକ୍ତସ୍ରାବ ହୋଇ ଅଚେତ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ତୁରନ୍ତ ଭେଡେନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଅପରପକ୍ଷେ ଅଭିଯୁକ୍ତଙ୍କ ସହ ମୃତକଙ୍କ ପରିବାର ଲୋକଙ୍କ ମାର୍‌ପିଟ୍‌ ହୋଇଥିଲା। ସେ ଗୁରତର ଅବସ୍ଥାରେ ବୁର୍ଲା ଭୀମସାରରେ ଚିକିତ୍ସାଧୀନ ଥିବାରୁ ପୋଲିସ ତାଙ୍କୁ ଗିରଫ କରି ନ ଥିବା ଜଣାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri