ବୃଦ୍ଧଙ୍କୁ ପିଟି ହତ୍ୟା ମାମଲା : ୩ ଫେରାର୍‌ ଅଭିଯୁକ୍ତ ଗିରଫ

ବିଞ୍ଝାରପୁର,୧୩ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ହଳଦୀଢିହ ଗ୍ରାମପଞ୍ଚାୟତ ଅଣ୍ଢାଳୋଠାରେ ୨୦୧୭ରେ ନଇଆ ନାଳରେ ବେଆଇନ ଆଡିବନ୍ଧକରି ମାଛଧରାକୁ କେନ୍ଦ୍ରକରି ଗଣ୍ଡଗୋଳ ହୋଇଥିଲା। ଏଥିରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିଲା। ଏହି ଘଟଣାର ୨ ବର୍ଷ ପରେ ବୁଧବାର ରାତିରେ ପୋଲିସ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଅଣ୍ଢାଳୋ ଗ୍ରାମର ବାବୁଲି ମଲ୍ଲିକ, ସଦାନନ୍ଦ ମଲ୍ଲିକ ଓ ଧନୀ ମଲ୍ଲିକ। ଘଟଣା ପରଠାରୁ ଅଭିଯୁକ୍ତମାନେ ଫେରାର ଥିଲେ। ଯାଜପୁର ଏସ୍‌ଡିପିଓ ରବୀନ୍ଦ୍ର କୁମାର ଯେନା ଅଭିଯୁକ୍ତମାନେ ଅଣ୍ଢାଳୋ ଗ୍ରାମରେ ଥିବା ବୁଧବାର କୌଣସି ସୂତ୍ରରୁ ଖବର ପାଇ ଥାନା ଅଧିକାରୀଙ୍କୁ ଗିରଫ ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଳମ୍ବିତ ରାତିରେ ଗ୍ରାମରେ ଥାନା ଅଧିକାରୀ ସଦଳବଳ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲେ। ସେମାନଙ୍କୁ ଶୁକ୍ରବାର କୋର୍ଟ ଚାଲଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ପୂର୍ବରୁ ଏହି ଘଟଣାରେ ପୋଲିସ ୮ ଜଣଙ୍କୁ କୋର୍ଟ ଚାଲାଣ କରିଛି।
ପ୍ରକାଶ ଯେ, ହଳଦୀଢିହ ଗ୍ରାମପଞ୍ଚାୟତ ଦେଇ ନଇଆ ନାଳ ପ୍ରବାହିତ ହେଉଛି। ଏହି ନାଳର ଉପରମୁଣ୍ଡରେ ବେଆଇନ ଆଡିବନ୍ଧକୁ ନେଇ ଅଣ୍ଢାଳୋ ଏବଂ ତଳମୁଣ୍ଡରେ ଥିବା ଫଳପୁର ଗ୍ରାମବାସୀଙ୍କ ମଧ୍ୟରେ ଅନେକ ସମୟରେ ବିବାଦ ଲାଗିରହିଥିଲା। ଏହି ବିବାଦରୁ ୨୦୧୭ ଅକ୍ଟୋବର ୧୦ ସକାଳେ ଫଳପୁର ଗ୍ରାମର କେଶବ ମଲ୍ଲିକ ଆଖି ପରୀକ୍ଷା ପାଇଁ କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ଗୋବିନ୍ଦପୁରକୁ ଯାଉଥିଲେ। ହେଲେ ସିଂହପୁର-ଫଳପୁର ଆର୍‌ଡି ରାସ୍ତାର ଅଣ୍ଢାଳୋ ନିକଟରେ ଅଣ୍ଢାଳୋ ଗ୍ରାମର ୧୫ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ତାଙ୍କୁ ଅଟକାଇ ମାଡ ମାରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏ ନେଇ ପୋଲିସ ଏହି ଘଟଣାକୁ ନେଇ ବିଞ୍ଝାରପୁର ପୋଲିସ ଏକ ମାମଲା (ନଂ.୩୧୯/୧୭) ରୁଜୁକରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri