ବୃଦ୍ଧଙ୍କୁ ପିଟି ହତ୍ୟା ମାମଲା : ୩ ଫେରାର୍‌ ଅଭିଯୁକ୍ତ ଗିରଫ

ବିଞ୍ଝାରପୁର,୧୩ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ହଳଦୀଢିହ ଗ୍ରାମପଞ୍ଚାୟତ ଅଣ୍ଢାଳୋଠାରେ ୨୦୧୭ରେ ନଇଆ ନାଳରେ ବେଆଇନ ଆଡିବନ୍ଧକରି ମାଛଧରାକୁ କେନ୍ଦ୍ରକରି ଗଣ୍ଡଗୋଳ ହୋଇଥିଲା। ଏଥିରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିଲା। ଏହି ଘଟଣାର ୨ ବର୍ଷ ପରେ ବୁଧବାର ରାତିରେ ପୋଲିସ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଅଣ୍ଢାଳୋ ଗ୍ରାମର ବାବୁଲି ମଲ୍ଲିକ, ସଦାନନ୍ଦ ମଲ୍ଲିକ ଓ ଧନୀ ମଲ୍ଲିକ। ଘଟଣା ପରଠାରୁ ଅଭିଯୁକ୍ତମାନେ ଫେରାର ଥିଲେ। ଯାଜପୁର ଏସ୍‌ଡିପିଓ ରବୀନ୍ଦ୍ର କୁମାର ଯେନା ଅଭିଯୁକ୍ତମାନେ ଅଣ୍ଢାଳୋ ଗ୍ରାମରେ ଥିବା ବୁଧବାର କୌଣସି ସୂତ୍ରରୁ ଖବର ପାଇ ଥାନା ଅଧିକାରୀଙ୍କୁ ଗିରଫ ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଳମ୍ବିତ ରାତିରେ ଗ୍ରାମରେ ଥାନା ଅଧିକାରୀ ସଦଳବଳ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲେ। ସେମାନଙ୍କୁ ଶୁକ୍ରବାର କୋର୍ଟ ଚାଲଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ପୂର୍ବରୁ ଏହି ଘଟଣାରେ ପୋଲିସ ୮ ଜଣଙ୍କୁ କୋର୍ଟ ଚାଲାଣ କରିଛି।
ପ୍ରକାଶ ଯେ, ହଳଦୀଢିହ ଗ୍ରାମପଞ୍ଚାୟତ ଦେଇ ନଇଆ ନାଳ ପ୍ରବାହିତ ହେଉଛି। ଏହି ନାଳର ଉପରମୁଣ୍ଡରେ ବେଆଇନ ଆଡିବନ୍ଧକୁ ନେଇ ଅଣ୍ଢାଳୋ ଏବଂ ତଳମୁଣ୍ଡରେ ଥିବା ଫଳପୁର ଗ୍ରାମବାସୀଙ୍କ ମଧ୍ୟରେ ଅନେକ ସମୟରେ ବିବାଦ ଲାଗିରହିଥିଲା। ଏହି ବିବାଦରୁ ୨୦୧୭ ଅକ୍ଟୋବର ୧୦ ସକାଳେ ଫଳପୁର ଗ୍ରାମର କେଶବ ମଲ୍ଲିକ ଆଖି ପରୀକ୍ଷା ପାଇଁ କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ଗୋବିନ୍ଦପୁରକୁ ଯାଉଥିଲେ। ହେଲେ ସିଂହପୁର-ଫଳପୁର ଆର୍‌ଡି ରାସ୍ତାର ଅଣ୍ଢାଳୋ ନିକଟରେ ଅଣ୍ଢାଳୋ ଗ୍ରାମର ୧୫ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ତାଙ୍କୁ ଅଟକାଇ ମାଡ ମାରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏ ନେଇ ପୋଲିସ ଏହି ଘଟଣାକୁ ନେଇ ବିଞ୍ଝାରପୁର ପୋଲିସ ଏକ ମାମଲା (ନଂ.୩୧୯/୧୭) ରୁଜୁକରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri