ବୃଦ୍ଧଙ୍କୁ ହତ୍ୟା ଘଟଣା:ନଦୀପଠାରେ ପୋତିଥିବା କଟାମୁଣ୍ଡ ଉଦ୍ଧାର

ମୋହନା,୧୫ା୧୧(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ଥାନା ମେରାପଲ୍ଲୀ ପଞ୍ଚାୟତରେ ଗୁଣିଗାରେଡି ସନ୍ଦେହରେ ମଙ୍ଗଳବାର ଅପରାହ୍ନରେ ଦାସୁ ମଳିକଙ୍କୁ ହତ୍ୟା କରାଯାଇଥିଲା। ବୁଧବାର ଥାନାରେ ଅଭିଯୋଗ ପରେ ନଂ.୨୦୨/୧୯ରେ ଏକ ହତ୍ୟା ମାମଲା ରୁଜୁକରି ପୋଲିସ ବେଣୀପଦରର ସାନୁଜ ମଳିକଙ୍କୁ ଗିରଫ କରିଥିଲା। ଗୁରୁବାର ସାନୁଜଙ୍କୁ ମାଜିଷ୍ଟ୍ରେଟ ତଥା ମୋହନା ତହସିଲଦାର କଲ୍ୟାଣୀ ସଂଘମିତ୍ରା ଦେବୀଙ୍କ ଉପସ୍ଥିତିରେ ଘଟଣାସ୍ଥଳକୁ ନିଆଯାଇଥିଲା। ସେଠାରେ ସେ କିପରି ହତ୍ୟା କରିଥିଲେ ତାହାର ଡେମୋ ଦେଖାଇବା ସହ ନଦୀତୁଠରେ ବାଲିରେ ପୋତିଥିବା କଟାମୁଣ୍ଡ ଖୋଳି ବାହାର କରିଥିଲେ। ଏହାପରେ ସେ ନିକଟସ୍ଥ ଏକ ବୁଦାରୁ ହତ୍ୟାକାଣ୍ଡରେ ବ୍ୟବହୃତ କାତିକୁ ମଧ୍ୟ ପୋଲିସକୁ ଦେଇଥିବା ମୋହନା ଥାନାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଆର୍‌. ଉଦୟଗିରି ଏସ୍‌ଡିପିଓ ଅଶୋକ କୁମାର ମହାନ୍ତି ସୂଚନା ଦେଇଛନ୍ତି। ସାନୁଜଙ୍କ ଜଣେ ନାବାଳକ ଭାଇଙ୍କୁ ପୋଲିସ ଏହି ଘଟଣାରେ ପାରଳାଖେମୁଣ୍ଡି ବାଳସୁଧାର ଗୃହକୁ ପଠାଇଛି। ପ୍ରକାଶ ଯେ, ଭାଲିଆସାହି ଗ୍ରାମର ଦାସୁ ବହୁଦିନ ହେଲା ଅଞ୍ଚଳର ଲୋକଙ୍କ ଦେହ ଖରାପହେଲେ ଚେରମୂଳି ଔଷଧ ଦେବା ସହ ଝଡାଫୁଙ୍କା କରିଥାନ୍ତି। କିନ୍ତୁ ବେଣୀପଦର ଗ୍ରାମର ସାନୁଜ ଓ ଅନ୍ୟ କେତେଜଣ ତାଙ୍କୁ ଏଥିରୁ ନିବୃତ୍ତ ରହିବାକୁ କିଛିଦିନ ତଳେ ଧମକ ଦେଇଥିଲେ। ଦାସୁ ଥାନାରେ ଅଭିଯୋଗ କରିବା ପରେ ଏହାର ଆପୋସ ସମାଧାନ ହୋଇଥିଲା। ମଙ୍ଗଳବାର ଦାସୁ ମକାବାଡକୁ ଯାଇଥିବାବେଳେ ସାନୁଜ ଓ ନାବାଳକ ଭାଇ ସେଠାରେ ପହଞ୍ଚତ୍ କାତିରେ ବେକକୁ ହାଣି ମୁଣ୍ଡଗଣ୍ଡି ଅଲଗା କରି ଦେଇଥିଲେ। ପରେ କଟାମୁଣ୍ଡକୁ ନିକଟସ୍ଥ ନଦୀ ପଠା ବାଲିରେ ପୋତି କାତିଟିକୁ ମକାବାଡ ନିକଟ ବୁଦାରେ ଲୁଚାଇ ଫେରାର ହୋଇଯାଇଥିଲେ ବୋଲି ଏସ୍‌ଡିପିଓ ମହାନ୍ତି ଖବରଦାତା ସମ୍ମିଳନୀରେ ସୂଚନା ଦେଇଥିଲେ। ମୋହନା ଥାନା ଅଧିକାରୀ ସୁଜିତ କୁମାର ନାୟକ ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri