ବୃଦ୍ଧାଙ୍କ ମୃତ୍ୟୁ ଘଟଣା ନେଇ ୨ ଗିରଫ

କପ୍ତିପଦା,୨ା୧୧(ଡି.ଏନ.ଏ)- କପ୍ତିପଦା ଥାନା ଅଧୀନ ମହୁଲପଙ୍ଖା ଛାଞ୍ଚୁଣିଆ ଗ୍ରାମରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟଣାରେ ପୋଲିସ ୨ ଅଭିଯୁକ୍ତକୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ସେହି ଗ୍ରାମର ସୁନୀଲ ରାଉତ ଓ ସମରାଏ ହେମ୍ବ୍ରମ୍‌। ଗତ ୨୦ ତାରିଖ ରାତି ୮ ଟାରେ ଅଭିଯୁକ୍ତମାନେ ମଦ ପିଇ ଗଣ୍ଡଗୋଳ କରୁଥିବାବେଳେ ମକୁରୁ ଚାତାରଙ୍କ ପତ୍ନୀ ସୁଗୁନୀ (୫୫) ଏହାକୁ ବିରୋଧ କରିଥିଲେ। ଏଥିରେ ରାଗିଯାଇ ସୁନୀଲ ବୃଦ୍ଧାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ସୁଗୁନୀଙ୍କୁ ପରିବାର ଲୋକେ ବାରିପଦା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ମଧ୍ୟ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା ଏ ସମ୍ପର୍କରେ ସୁଗୁନୀଙ୍କ ପୁଅ ବୁଧିରାମ କପ୍ତିପଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ୍‌ ଏକ ମାମଲା(ନଂ.୧୪୫/୧୯) ରୁଜୁ କରି ତଦନ୍ତ ଜାରି ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri