ବୃଦ୍ଧାଶ୍ରମ ଅନ୍ତେବାସୀଙ୍କୁ ସହାୟତା

ବାଲେଶ୍ୱର ଅଫିସ,୧୭।୪- ବାଲେଶ୍ୱର ଜିଲା ସହଦେବଖୁଣ୍ଟାର ଚାନ୍ଦମାରିପଡ଼ିଆ ସ୍ଥିତ ‘ଅମୃତଧାରା’ ବୃଦ୍ଧାଶ୍ରମର ଅନ୍ତେବାସୀଙ୍କୁ ନିଖିଳ ଉତ୍କଳ ୪ର୍ଥଶ୍ରେଣୀ ସରକାରୀ କର୍ମଚାରୀ ସଂଘ ତରଫରୁ ସାମ୍ପ୍ରତିକ ଲକ୍‌ଡାଉନ୍‌ ସମୟରେ ଦୈନନ୍ଦିନ ଖାଦ୍ୟବାବଦକୁ ପନ୍ଦର ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ବୁଧବାର ସଂଘର ବାଲେଶ୍ୱର ଜିଲା ଶାଖା ତରଫରୁ ସଭାପତି ଉମାକାନ୍ତ ପରିଡ଼ା, ଉପସଭାପତି ଦିଲ୍ଲୀପ ଦାସ, ସମ୍ପାଦକ କମଳାକାନ୍ତ ବେହେରାଙ୍କ ସମେତ ରବୀନ୍ଦ୍ର ପରିଡ଼ା, ମଧୁସୂଦନ ବେହେରା, ଆଇନଜୀବୀ ମନୋଜ ନାୟକ, ସ୍ଥାନୀୟ ଅଧିବାସୀ ଗୌରାଙ୍ଗ ପାଣିଗ୍ରାହୀ ଓ ଗୋପାଳଚନ୍ଦ୍ର ନାୟକ ପ୍ରମୁଖ ବୃଦ୍ଧାଶ୍ରମରେ ପହଞ୍ଚତ୍ ଅନ୍ତେବାସୀଙ୍କ ସହ ଆଲୋଚନା କରିଥିଲେ। ବୃଦ୍ଧାଶ୍ରମର ପରିଚାଳକ ଅଶୋକ କୁମାର ପୁରୀ, ସରୋଜ ମହାପାତ୍ର, ବଳରାମ ସେଠୀ ଓ ସୁଧାଂଶୁ ବିହାରୀ ସଂଘର କର୍ମକର୍ତ୍ତାମାନଙ୍କଠାରୁ ସହାୟତା ରାଶି ଗ୍ରହଣ କରି ସେମାନଙ୍କ ବଦାନ୍ୟତା ପାଇଁ କୃତଜ୍ଞତା ଜଣାଇଥିଲେ। ସମ୍ପୂର୍ଣ୍ଣ ବେସରକାରୀ ଭାବେ ବଦାନ୍ୟ ବ୍ୟକ୍ତିମାନଙ୍କ ଦାନରୁ ଏହି ଦୁଃସ୍ଥ ଓ ଜରାପୀଡ଼ିତ ପ୍ରାୟ ୨୦ଜଣ ନିରାଶ୍ରୟ ମହିଳା ଓ ପୁରୁଷଙ୍କୁ ଏହି ଆଶ୍ରମରେ ଖାଦ୍ୟ ଓ ଚିକିତ୍ସା ଯୋଗାଇ ଦିଆଯାଉଛି ବୋଲି ଆଶ୍ରମର କର୍ମକର୍ତ୍ତାମାନେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri