ବୃଦ୍ଧି ପାଉଛି ଗୁଣିଗାରେଡ଼ି ଜନିତ ଅପରାଧ: ପ୍ରତିକାର ଦାବି କଲା ମାନବବାଦୀ ହେତୁବାଦୀ ସଙ୍ଗଠନ

ବ୍ରହ୍ମପୁର ଅଫିସ,୫ା୧୦-ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ବିକାଶ ହେଉଛି ା ଏହାସତ୍ତ୍ୱେ ସମାଜରେ ଗୁଣିଗାରେଡ଼ି ଓ ଅନ୍ଧବିଶ୍ୱାସଜନିତ ଅପରାଧ ସଂଖ୍ୟା ଦିନକୁ ଦିନକୁ ବୃଦ୍ଧି ପାଇବାରେ ଲାଗିଛି। ବୈଜ୍ଞାନିକ ମନୋଭାବ ଓ ସରକାରଙ୍କ ପକ୍ଷରୁ ସଚେତନତା ଅଭାବ କାରଣରୁ ଏଭଳି ସମସ୍ୟା ଉପୁଜୁଛି ବୋଲି ସଂଗଠନ ଅଭିଯୋଗ କରିଛି ା ରାଜ୍ୟରେ ବୃଦ୍ଧି ପାଉଥିବା ଗୁଣିଗାରେଡ଼ିଜନିତ ଅପରାଧର ପ୍ରତିକାର ନିମନ୍ତେ ଦକ୍ଷିଣାଞ୍ଚଳ ଆର୍‌ଡିସିଙ୍କୁ ସଙ୍ଗଠନ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି |
ଗୁଣିଗାରେଡି ସନ୍ଦେହରେ ନିକଟରେ ଅନେକ ଗ୍ରାମରେ ଲୋକଙ୍କୁ ସାମାଜିକ ବାସନ୍ଦ, ଜରିମାନା ଓ ଆକ୍ରମଣ ମଧ୍ୟ କରାଯାଇଛି। ଖଲ୍ଳିକୋଟ ଥାନା ଅନ୍ତର୍ଗତ ଚିକିଲି ପଞ୍ଚାୟତର ଗୋପପୁର ଗ୍ରାମରେ ଗୁଣିଆ ସନ୍ଦେହରେ ୬ ଜଣଙ୍କୁ ଅଖାଦ୍ୟ ଖୁଆଇବା ଘଟଣା ଏହାର ସଦ୍ୟତମ ଉଦାହରଣ। ଗତ କିଛିଦିନ ମଧ୍ୟରେ ଗଞ୍ଜାମ ଜିଲାରେ ଏଭଳି ଅନେକ ଘଟଣା ସାମ୍ନାକୁ ଆସୁଛି ା ଗୁଣିଗାରେଡି, ଡାହାଣୀ ଆଦି ଅନ୍ଧବିଶ୍ୱାସକୁ ଦୂରକରିବା ପାଇଁ ସରକାରଙ୍କୁ ପକ୍ଷରୁ ପ୍ରଚାରପତ୍ର ଓ ପୁସ୍ତିକା ବଣ୍ଟନ ସହ ଗାଁ ଗହଳିରେ ସଭାସମିତି, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରିବା, ବୈଜ୍ଞାନିକ ମନୋଭାବ ପ୍ରଚାର ସଙ୍ଗଠନ, ହେତୁବାଦୀ ସଂଗଠନକୁ ସଚେତତନା କାର୍ଯ୍ୟକ୍ରମରେ ସାମିଲ କରିବା, ଗୁଣି ଗାରେଡି ସମ୍ପର୍କିତ ଲେଖା ଓ ସାହିତ୍ୟକୁ ସ୍କୁଲ ପାଠ୍ୟପୁସ୍ତକରେ ସ୍ଥାନ ଦେବା, ଗ୍ରାମାଞ୍ଚଳରେ ରୋଗବ୍ୟାଧିର ନିରାକରଣ ଓ ଚିକିସତ୍ା ସୁବିଧା କରିବା ଆଦିି ଦିଗରେ ପଦକ୍ଷେପ ଗ୍ରହଣ କରାଯାଉ ବୋଲି ଦାବିପତ୍ରରେ ଉଲ୍ଳେଖ କରାଯାଇଛି। ଜାତିଗତ ନିର୍ଯାତନା ପ୍ରତିକାର ଆଇନ ଭଳି ଗୁଣିଗାରେଡି ଏବଂ ଅନ୍ଧବିଶ୍ୱାସ ଜନିତ ଅପରାଧର ଶିକାର ବ୍ୟକ୍ତିଙ୍କୁ ସରକାରଙ୍କ ପକ୍ଷରୁ ଆର୍ଥିକ କ୍ଷତିପୂରଣ ପ୍ରଦାନ ପାଇଁ ମଧ୍ୟ ଦାବି ହୋଇଛି। ଏ ଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ସଙ୍ଗଠନ ଅନୁରୋଧ କରିଛି ା ଦାବିପତ୍ର ପ୍ରଦାନ ବେଳେ ସଂଗଠନର ନାନ୍ଦେଶୁ ସେନାପତି, ଭାଲଚନ୍ଦ୍ର ଷଢଙ୍ଗୀ, ଇ. ଟି ରାଓ, ଇଂ ରାଜା ସୁରେଶ, କିଶୋର ମିଶ୍ର, ପ୍ରତାପ ପ୍ରଧାନ, ରାଜବାଳା ତ୍ରିପାଠୀ, ସୁଶାନ୍ତ ପ୍ରଧାନ, ଲକ୍ଷ୍ମୀନୃସିଂହ ରଥ, ସୂଯର୍ର୍‌ୟନାରାୟଣ ସାହୁଙ୍କ ସମେତ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?