ବୃଦ୍ଧ ଦମ୍ପତିଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର

ପାଟଣା,୮।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣି ଘାଟି ପଞ୍ଚାୟତ ଗୁଧିରାମପଡ଼ା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ବୃଦ୍ଧ ଦମ୍ପତି ଘର ବାରଣ୍ଡାରେ ମଶାରି ଟାଙ୍ଗି ଶୋଇଥିବାବେଳେ କେହି ଦୁର୍ବୃତ୍ତ ସେମାନଙ୍କୁ ଅତି ଶୋଚନୀୟ ଭାବେ ହତ୍ୟା କରିଛନ୍ତି। ମୃତ ଦମ୍ପତି ହେଲେ ରାମାଇ ମୁଣ୍ଡା(୬୯) ଏବଂ ସ୍ତ୍ରୀ ଚମ୍ପା ମୁଣ୍ଡା(୬୪)।

ସୂଚନାନୁଯାୟୀ, ରାମାଇ ଏବଂ ଚମ୍ପା ବାରଣ୍ଡାରେ ଶୋଇଥିବା ବେଳେ ଜ୍ୱାଇଁ ମଠାଇ ମୁଣ୍ଡା ଘର ଭିତରେ ଶୋଇଥିଲେ। ହେଲେ ଦୁର୍ବୃତ୍ତମାନେ ମଠାଇଙ୍କୁ ବାହାର ପଟୁ କବାଟ କିଳି ଦେଇଥିଲେ। ପରେ ସେମାନେ ବୃଦ୍ଧ ଦମ୍ପତିଙ୍କୁ କୌଣସି ଧାରୁଆ ଅସ୍ତ୍ର କିମ୍ବା ଭାରି ଜିନିଷରେ ଛେଚି ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ଘଟଣାସ୍ଥଳରେ ଘଟଗାଁ ଏସ୍‌ଡିପିଓ ରବୀନ୍ଦ୍ର ମଲ୍ଲିକ ଓ ଥାନାଧିକାରୀ ବନ୍ଦନା ପାତ୍ର ପ୍ରମୁଖ ପହଞ୍ଚି ସାଇଣ୍ଟିଫିକ୍‌ ଟିମ୍‌ ଡକାଇ ତଦନ୍ତ ଜାରି ରଖିଛନ୍ତି। ଖବର ଲେଖାଯିବା ପର୍ଯ୍ୟନ୍ତ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣା ପଡ଼ି ନ ଥିବା ବେଳେ ରାମାଇ ଝଡ଼ାଫୁଙ୍କା ଓ ଗୁଣିଗାରେଡି କରୁଥିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri