ଇଚ୍ଛାମୃତ୍ୟୁ ପାଇଁ ଜିଲାପାଳଙ୍କ ନିକଟରେ ଆବେଦନ କଲେ ଦମ୍ପତି

ଖୋର୍ଦ୍ଧା ଅଫିସ,୧୬।୮: ଯେଉଁ ମା’ବାପା ସନ୍ତାନର ସୁଖ ପାଇଁ ନିଜକୁ ଜଳାଞ୍ଜଳି ଦେଇଥାନ୍ତି, କିନ୍ତୁ ପରବର୍ତ୍ତୀ ସମୟରେ ସେହି ସନ୍ତାନମାନେ ସେମାନଙ୍କ କର୍ତ୍ତବ୍ୟକୁ ଭୁଲିଯାଇଥାନ୍ତି। ବାର୍ଦ୍ଧକ୍ୟରେ ଉପନୀତ ମା’ବାପାଙ୍କୁ ବୋଝ ବୋଲି ଭାବିବା ସହ ନିର୍ଯାତନା ଦେବାକୁ ମଧ୍ୟ ପଛାନ୍ତି ନାହିଁ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଳକ ଗୁଡୁମ୍‌ ଗ୍ରାମରେ। ପୁଅବୋହୂଙ୍କ ନିର୍ଯାତନା ସହି ନ ପାରି ଶେଷରେ ଗ୍ରାମର ଅନନ୍ତ ଚରଣ ଦାଶ ସ୍ତ୍ରୀଙ୍କ ସହ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଇଛାମୃତ୍ୟୁ ପାଇଁ ଆବେଦନ କରିଛନ୍ତି।

ଅନନ୍ତ ଜଣେ ଅବସର ପ୍ରାପ୍ତ ସରକାରୀ କର୍ମଚାରୀ। ତାଙ୍କର ୨ ଝିଅ ଓ ୧ପୁଅ। ଉଭୟଙ୍କ ବିବାହ ସରିଥିବା ବେଳେ ପୁଅଙ୍କ ଗୋଟିଏ ଝିଅ ମଧ୍ୟ ରହିଛି। ତେବେ ବୋହୁ ଆସିବାର କିଛି ବର୍ଷ ପରେ ପୁଅବୋହୂ ମିଳିତ ଭାବେ ନିର୍ଯାତନା ଦେଇଥିଲେ। ପ୍ରଥମେ ସେମାନେ ଲୋକଲଜ୍ଜା ଭୟରେ ପ୍ରତିବାଦ କରୁ ନ ଥିଲେ। ସହିବାର ସୀମା ଟପିଯିବା ପରେ ଅନନ୍ତ, ସ୍ତ୍ରୀଙ୍କ ସହ ଘର ଛାଡ଼ି ଯାଇ ଭୁବନେଶ୍ୱର ସୁନ୍ଦରପଦାର ଏକ ବୃଦ୍ଧାଶମରେ ରହୁଥିଲେ। ଶାରିରିକ ଅସୁସ୍ଥତା ବଢ଼ିଯିବା ପରେ ସୁନ୍ଦରପଦା ଛାଡି ଖୋର୍ଦ୍ଧାରେ ଆସି ଭଡାରେ ରହୁଛନ୍ତି । ହେଲେ ଏବେ ଦମ୍ପତିଙ୍କ ଅବସ୍ଥା ବିଗଡିବାରେ ଲାଗିଛି। ବାର୍ଦ୍ଧକ୍ୟ ଅବସ୍ଥାରେ ପୁଅବୋହୂ ପଚାରୁ ନ ଥିବାରୁ ସରକାର ଓ ପ୍ରଶାସନର ସହଯୋଗ ଲୋଡିଛନ୍ତି ଦମ୍ପତି। ପୁଅବୋହୁଙ୍କୁ ଉଚିତ୍‌ ଶିକ୍ଷା ଦେବା ପାଇଁ ସ୍ଥାବର ଅସ୍ଥାବର ସମ୍ପତ୍ତିକୁ ସ୍ବେଚ୍ଛାସେବୀ ଅନୁଷ୍ଠାନକୁ ଦାନ କରିବାକୁ ଚାହୁଁଛନ୍ତି ଅନନ୍ତ ଓ ତାଙ୍କ ସ୍ତ୍ରୀ । ଏଥିରେ ପ୍ରଶାସନିକ ସହଯୋଗ ନ ମିଳିଲେ ଇଚ୍ଛାମୃତ୍ୟୁ ପାଇଁ ଉଭୟେ ଆବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ବଢୁଛି ଜଳସ୍ତର, ପୁଣି ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର, ୨୧।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ…

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ନୂଆ ଭୋଟର: ୨୬ରୁ ଆରମ୍ଭ ହେବ ଘରକୁ ଘର ସର୍ଭେ

ଭୁବନେଶ୍ୱର, ୨୦।୭: ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ ଆୟୋଗ ଭୋଟର ତାଲିକା ପ୍ରସ୍ତୁତି ପାଇଁ ବଡ଼ ଘୋଷଣା କରିଛନ୍ତି। ସ୍ୱତନ୍ତ୍ର…

ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର…

ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ

ଭୁବନେଶ୍ୱର,୨୧।୭: ରାଜ୍ୟ ସରକାର ଆଞ୍ଚଳିକ ଶିକ୍ଷା ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟ ସରକାର ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ‘ଆଞ୍ଚଳିକ ଶିକ୍ଷା…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମେଧାବୀ ଛାତ୍ରୀଙ୍କୁ ସ୍କୁଟି ସହ ମିଳିବ ପେଟ୍ରୋଲ

ଲକ୍ଷ୍ନୌ,୨୧।୭: ଉତ୍ତର ପ୍ରଦେଶର ଯୋଗୀ ସରକାର ଖୁବ୍ ଶୀଘ୍ର ରାଜ୍ୟର ମେଧାବୀ ଛାତ୍ରୀମାନଙ୍କୁ ଏକ ବଡ଼ ଉପହାର ଦେବାକୁ ଯାଉଛନ୍ତି । ମେଧାବୀ ଛାତ୍ରୀମାନଙ୍କୁ ସ୍କୁଟି ଦେବା…

ଧର୍ମେନ୍ଦ୍ରଙ୍କ ଇସ୍ତଫା କାହିଁକି ନେଉନାହାନ୍ତି ମୋଦି ସରକାର? ଭିତିରି ରହସ୍ୟ ଖୋଲିଦେଲେ ଅଖିଲେଶ, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ସିଜେପିର (CJP) ପ୍ରଦର୍ଶନ ସମୟରେ ହୋଇଥିବା ଲାଠିଚାର୍ଜ ଏବଂ ପୋଲିସ ହିଂସାରେ ଅନେକ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଏହି ପ୍ରଦର୍ଶନକାରୀମାନେ NEET ପ୍ରଶ୍ନପତ୍ର ଲିକ୍‌…

ସରକାରଙ୍କ ଉପରେ ବଢ଼ିଲା ଚାପ, ଶେଷରେ ନେଲେ ଏହି ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୭: କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ ସମୟରେ ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଏହି ଘଟଣାରେ ଅନେକ ଯୁବକ ମଧ୍ୟ ଆହତ ହୋଇଥିଲେ। କେନ୍ଦ୍ରୀୟ…

ଜଣେ ଶିକ୍ଷକରେ ଚାଲିଛି ୧୪୫୮ ସ୍କୁଲ

ଭୁବନେଶ୍ୱର,୨୧।୭: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ UDISE+(Unified District Information System for Education Plus (UDISE+) ରିପୋର୍ଟରେ ଏକ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି। ତଥ୍ୟ ମୁତାବକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri