Posted inଜାତୀୟ

ବେଅନ୍ତ ସିଂ ହତ୍ୟାକାରୀଙ୍କ ଦଣ୍ଡ କୋହଳ

ନୂଆଦିଲ୍ଲୀ,୩୦ା୯(ପି.ଟି.): ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ବେଅନ୍ତ ସିଂ ହତ୍ୟା ମାମଲାରେ ଦୋଷୀସାବ୍ୟସ୍ତ ବଲଓ୍ବନ୍ତ ସିଂ ରାଜୋଆନାଙ୍କ ମୃତ୍ୟୁଦଣ୍ଡକୁ ଆଜୀବନ କାରାଦଣ୍ଡକୁ ହ୍ରାସ କରିବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ଖୁବ୍‌ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ପଞ୍ଜାବରୁ ଆତଙ୍କବାଦର ମୂଳୋତ୍ପାଟନ କରିବାର ଶ୍ରେୟ ନେଇଥିବା ବେଅନ୍ତ ସିଂଙ୍କୁ ୧୯୯୫ ଅଗଷ୍ଟ ୩୧ରେ ହତ୍ୟା କରାଯାଇଥିଲା। ଏଥିରେ ଅନ୍ୟ ୧୬ ଜଣ ନିହତ ହୋଇଥିଲେ। ଏହି ଆତଙ୍କବାଦୀ ଆକ୍ରମଣରେ ପଞ୍ଜାବ ପୋଲିସ କର୍ମଚାରୀ ଦିଲଓ୍ବର ସିଂଙ୍କୁ ମାନବବୋମା ଭାବେ ବ୍ୟବହାର କରାଯାଇଥିଲା। ଗୁରୁ ନାନକ ଦେବଙ୍କ ୫୫୦ତମ ଜନ୍ମବାର୍ଷିକୀ ଅବସରରେ ବିଭିନ୍ନ ଜେଲ୍‌ରେ ଥିବା ପଞ୍ଜାବ ଆତଙ୍କବାଦ ସମୟର ୮ ଶିଖ୍‌ ଅପରାଧୀଙ୍କୁ ମୁକ୍ତକରିବା ଲାଗି ସରକାର ନିଷ୍ପତ୍ତି ନେଇଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମୁଖପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri