ବେଆଇନଭାବେ ରାସ୍ତା ପାର୍ଶ୍ୱରେ ଗାଡି ପାର୍କିଂକୁ ବିରୋଧ

ଯାଜପୁର ରୋଡ଼,୧୭।୧୦(ନି.ପ୍ର.): ଯାଜପୁର-କେନ୍ଦୁଝର ରୋଡ ଆର୍‌ପିଏଫ୍‌ ପକ୍ଷରୁ ଟ୍ରାଫିକ୍‌ ଜାମ୍‌ ନେଇ ବିଭିନ୍ନ ସ୍ଥାନରୁ ଜବର ଦଖଲ ଉଚ୍ଛେଦ କରାଯାଉଛି। ଏହି କ୍ରମରେ କିଛିଦିନ ତଳେ ଷ୍ଟେସନ ବଜାର, ଗୋପବନ୍ଧୁ ଛକ ଓ ଡାକବଙ୍ଗଳା ଛକ ଅଞ୍ଚଳରେ ଠେଲା ଦୋକାନଙ୍କୁ ଉଚ୍ଛେଦ କରାଯାଇଛି। ପରିବାର ପ୍ରତିପୋଷଣ ଆଶାରେ ଜାଗା ନ ପାଇ ରାସ୍ତା କଡ଼ରେ ଛୋଟଛୋଟ ଦୋକନ କରି ଜୀବନଜୀବକା ବିତାଉଥିବା ଉଠା ଦୋକାନୀଙ୍କୁ ଉଚ୍ଛେଦ କରାଯାଉଛି। ହେଲେ ରେଲ୍‌ଓ୍ବେ ଷ୍ଟେଶନଠାରୁ ଗୋପବନ୍ଧୁ ଛକ ପର୍ଯ୍ୟନ୍ତ ରେଳବାଇ ରାସ୍ତାର ଉଭୟ ପାର୍ଶ୍ୱରେ ବେଆଇନଭାବେ ଟ୍ୟାକ୍ସି ଓ ଅଟୋ ପାର୍କିଂ କରାଯାଉଛି। ଫଲରେ ଟ୍ରାଫିକ ପୂର୍ବ ଅପେକ୍ଷା ବିପର୍ଯ୍ୟସ୍ତ ହୋଇପଡିଛି। ଏ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାବେଳେ ଉଠାଦୋକାନୀଙ୍କ କ୍ଷେତ୍ରରେ ବାରମ୍ବାର ନିମୟକାନୁନ ଲାଗୁ କରିବା ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଠାରେ ପ୍ରାୟ ଶହେରୁ ଊର୍ଦ୍ଧ୍ୱ ଲୋକେ ଉଠାଦୋକାନ କରି ପରିବାର ପ୍ରତିପୋଷଣ କରୁଥିଲେ। ସେମାନଙ୍କୁ ଥଇଥାନ କରି ଉଚ୍ଛେଦ କରିବାର ନିୟମ ଥିଲେ ମଧ୍ୟ ସେମାନଙ୍କୁ ଥଇଥାନ କରାଯାଇନାହିଁ। ରେଳବାଇ ପକ୍ଷରୁ ଅଟୋ ଓ ଟ୍ୟାକ୍ସି ରଖିବା ପାଇଁ ସ୍ବତନ୍ତ୍ର ଷ୍ଟାଣ୍ଡ୍‌ କରାଯାଇଛି। କନ୍ତୁ ଟ୍ୟାକ୍ସିଗୁଡିକ ଷ୍ଟାଣ୍ଡରେ ନ ରଖି ଯାଇ ରାସ୍ତାର ଦୁଇ ପାର୍ଶ୍ୱରେ ରଖାଯାଉଛି। ଅନ୍ୟପକ୍ଷରେ କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଯାଉଥିବା କମ୍ପାନୀ ବସ୍‌ଗୁଡିକ ରାସ୍ତା ଉପରେ ରହୁଛି। ଏଥିପ୍ରତି ଆର୍‌ପିଏଫ୍‌ର ନଜର ପଡୁ ନାହଁି। ଏ ସମ୍ପର୍କରେ ଯାଜପୁର-କେନ୍ଦୁଝର ରୋଡ ରେଲ୍‌ଓ୍ବେ ଷ୍ଟେଶନର ଆରପିଏଫ୍‌ ଥାନାର ଇନ୍‌ସ୍ପେକ୍ଟର ରମାକାନ୍ତ ବାରିକଙ୍କୁ ପଚାରିବାରୁ, ଟ୍ୟାକ୍ସି ଓ ବସ୍‌ଗୁଡିକୁ ରାସ୍ତାକଡ଼ରେ ନ ରଖିବା ପାଇଁ ବାରମ୍ବାର ତାଗିଦ୍‌ କରାଯାଇଛି । ତୁରନ୍ତ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ସ୍ତ୍ରୀଙ୍କୁ ଦେଉ ନ ଥିଲେ ଭରଣପୋଷଣ: କୋର୍ଟ ୱାରେଣ୍ଟ ବଳରେ ସ୍ୱାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନ ଦେବା ସ୍ୱାମୀଙ୍କୁ ପଡ଼ିଲା ମହଙ୍ଗା। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିବା ଅଭିଯୋଗରେ ଶେଷରେ ପୋଲିସ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ହାଟଡିହୀ ବିଇଓ ରାଜୀବ ଦଳେଇ ନିଲମ୍ବିତ: କାର୍ଯ୍ୟରେ ଅବହେଳା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ

ହାଟଡିହୀ/ଛେନାପଦୀ, ୯।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ରାଜୀବ ଦଳେଇଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବୁଧବାର ମଧ୍ୟାହ୍ନରେ ସ୍ପେଶାଲ ମେସେଞ୍ଜର…

ବିନା ଅନୁମତିରେ ସାଉଣ୍ଡ ବାଜିଲେ ଜବତ ହେବ ଡିଜେ ଗାଡ଼ି, ସିଧା ହେବେ ଗିରଫ: ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ

ପୁରୁଷୋତ୍ତମପୁର,୯।୯(ସବିତା ମିଶ୍ର): ଆଗାମୀ ପୂଜାପାର୍ବଣ ସମୟରେ ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ପୁରୁଷୋତ୍ତମପୁର ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଉପଜିଲାପାଳଙ୍କ ବିନା ଅନୁମତିରେ କୌଣସି ସ୍ଥାନରେ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri