ବେଆଇନ ଇଟାଭାଟିରେ ବୁଲିଲା ଜେସିବି

ପରଜଙ୍ଗ, ୫।୨ (ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ପକ୍ଷରୁ କୁଆଲୋ ରାଜସ୍ବ ସର୍କଲରେ ଗଢ଼ିଉଠିଥିବା ବେଆଇନ ଇଟାଭାଟି ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପରିବେଶ ନିୟମ ଉଲ୍ଲଂଘନ କରି ବ୍ରାହ୍ମଣୀ ନଦୀ ଅବବାହିକାରେ ଥିବା ଉକ୍ତ ଇଟାଭାଟି ଉପରେ ମଙ୍ଗଳବାର ବୁଲିଛି ଜେସିବି। ଏଥିସହ ଜଟିଆ ଗ୍ରାମର ୧୨ଜଣ ଇଟାଭାଟି ମାଲିକଙ୍କଠାରୁ ପ୍ରଥମ କିସ୍ତିରେ ୩ ଲକ୍ଷ ୮୯ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଅବଶିଷ୍ଟ ଟଙ୍କା ୭ଦିନ ମଧ୍ୟରେ ତହସିଲ କାର୍ଯ୍ୟାଳୟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଗାମୀ ଦିନରେ ଚଢ଼ାଉକୁ ବ୍ୟାପକ କରାଯିବ ବୋଲି ତହସିଲଦାର ଜୟନ୍ତ କୁମାର ଜୟସିଂ ସୂଚନା ଦେଇଛନ୍ତି।
କୁଆଳୋ ରାଜସ୍ବ ସର୍କଲ ଅଧୀନରେ ବ୍ୟାପକ ପରିମାଣର ବେଆଇନ ଇଟା ଭାଟି ଗଢ଼ିଉଠିଛି। ଜଟିଆ, ଖାଲପାଳ ଗ୍ରାମ ପାର୍ଶ୍ୱରେ ପ୍ରବାହିତ ବ୍ରାହ୍ମଣୀ ନଦୀ ଅବବାହିକାରେ ଏପରି ଶତାଧିକ ଇଟାଭାଟି ପରିବେଶକୁ ପ୍ରଦୂଷିତ କରୁଛି। ନଦୀ କୂଳରୁ ମାଟି ହାଣି ଇଟା ପ୍ରସ୍ତୁତ କରାଯାଉଥିବା ନଦୀକୂଳିଆ ଗ୍ରାମଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହେଉଛି। ଏନେଇ ବାରମ୍ବାର ଅଭିଯୋଗ ପରେ ମଙ୍ଗଳବାର ତହସିଲଦାରଙ୍କ ନେତୃତ୍ୱରେ ଅତିରିକ୍ତ ତହସିଲଦାର ରାମକୃଷ୍ଣ ମହନ୍ତ, ସୁପରଭାଇଜର ମିନତିବାଗ ସିଂ, ବରିଷ୍ଠ କିରାଣି ସୁବ୍ରତ ସିଂ, କୁଆଳୋ ଏଆର୍‌ଆଇ ଦୀନେଶ ସିଂ ପ୍ରମୁଖ ପୋଲିସ କର୍ମଚାରୀଙ୍କ ସହ ଜଟିଆ ଗ୍ରାମ ନିକଟ ବ୍ରାହ୍ମଣୀ ନଦୀକୂଳରେ ଚଢ଼ାଉ କରିଥିଲେ।
ଏ ନେଇ ତହସିଲଦାର କୁହନ୍ତି, ତିଆରି ହୋଇଥିବା ଇଟାକୁ ଜେସିବି ସହାୟତାରେ ଭାଙ୍ଗି ଦିଆଯାଇଛି। ଗଢ଼ାଯାଇଥିବା ଇଟା ଆକଳନ କରି ଜରିମାନା ଆଦାୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri