ବେଆଇନ ଇଟାଭାଟି ବନ୍ଦ କଲା ପ୍ରଶାସନ

ରେଢାଖୋଲ,୩।୪(ଡି.ଏନ.ଏ.)-ମହାମାରୀ କରୋନା ଏବେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏହାର ମୁକାବିଲା ପାଇଁ ଭାରତ ସମେତ ବିଭିନ୍ନ ଦେଶ ଲାଗି ପଡିଛନ୍ତି। ଭାରତରେ ଏହାର ମୁକାବିଲା ଲାଗି କେନ୍ଦ୍ର ସରକାର ସମଗ୍ର ଦେଶକୁ ଲକ୍‌ ଡାଉନ କରିଛନ୍ତି। ଏଭଳି ସମୟରେ ଶ୍ରମିକମାନେ କାମ କରିପାରିବେ ନାହିଁ ବୋଲି ସରକାରୀ ନିର୍ଦ୍ଦେଶ ରହିଛି। ହେଲେ ସମ୍ବଲପୁର ଜିଲା ରେଢାଖୋଲ ସହରର ୱାର୍ଡ ନଂ ୧୦ ଅନ୍ତର୍ଗତ ଡିମିରିକୁଦା ଗ୍ରାମ ନିକଟରେ ଥିବା ବେଆଇନ ଇଟା ଭାଟିରେ ୪୦/୫୦ ଜଣ ଶ୍ରମିକ କାମ କରୁଥିବା ଅଭିଯୋଗ ପାଇ ଗୁରୁବାର ପ୍ରଶାସନ ଚଢାଉ କରି ବନ୍ଦ କରିଛି। ପୋଲିସ, ବନ ବିଭାଗ ଓ ତହସିଲ ପକ୍ଷରୁ ମିଳିତ ଭାବେ ଏହି ବେଆଇନ ଇଟା ଭାଟି ଗୁଡିକ ଉପରେ ଚଢାଉ କରାଯାଇଥିଲା। ସେଠାରୁ ଏକ ଜେସିବି ମେଶିନ, ଟ୍ରାକ୍ଟର ସହ ବ୍ୟବହୃତ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛି। ତେବେ ଚଢାଉ ବେଳେ ଇଟା ଭାଟିଗୁଡିକରେ ନିୟୋଜିତ ଶ୍ରମିକମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ପ୍ରଶାସନ ପକ୍ଷରୁ ଅଗ୍ନିଶମ ବିଭାଗକୁ ଡକାଯାଇ ପୋଡା ଯାଉଥିବା ଇଟାଭାଟି ଗୁଡିକ ଉପରେ ପାଣି ପକାଯାଇ ନଷ୍ଟ କରି ଦିଆଯାଇଛି। ଏସ୍‌ଡିପିଓ ହାଡିବନ୍ଧୁ ସ୍ବାଇଁ, ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାମଲ, ତହସିଲଦାର ରୁବି ବେହେରା ଓ ବନ ବିଭାଗ କର୍ମଚାରୀ ଚଢାଉର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri