ରଣପୁର,୧୯ା୬(ସ୍ବ.ପ୍ର.)-ପରିବେଶ ପ୍ରଦୂଷଣ ନିମନ୍ତେ ଇଟାଭାଟିଗୁଡ଼ିକୁ ଦାୟୀ କରାଯାଇ ରଣପୁରର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଉପରେ ଚଢ଼ାଉ କରାଯାଇଛି। ନୟାଗଡ଼ ଜିଲା ରଣପୁର ତହସିଲରେ ପରିବେଶ ନିୟମଗୁଡ଼ିକୁ ଖୋଲାଖୋଲି ଉଲ୍ଲଙ୍ଘନ କରାଯାଉଥିବା ଅଭିଯୋଗ ହୋଇଛି। ଦୀର୍ଘବର୍ଷ ଧରି ଏହି ତହସିଲ ଅଧୀନ ଜଙ୍ଗଲରୁ ଚୋରାରେ କାଠ କାଟିବା, ସରକାରୀ ଜମିରୁ ମାଟି ଆଣି ବେଆଇନ ଭାବେ ଇଟାଭାଟି କରିବା ଅଭିଯୋଗ ହୋଇଆସୁଛି। ଏ ନେଇ ତହସିଲ କାର୍ଯ୍ୟାଳୟରେ ବାରମ୍ବାର ଅଭିଯୋଗ ସତ୍ତ୍ୱେ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ଗ୍ରାମବାସୀ ନୟାଗଡ ଜିଲ୍ଲାପାଳ ଡ. ଏନ୍. ତିରୁମଲ୍ଲା ନାୟକଙ୍କ ନିକଟରେ ଅଭିଯୋଗ କରିଥିଲେ। ଜିଲାପାଳଙ୍କ ନିଦ୍ଦେର୍ଶରେ ରଣପୁର ତହସିଲଦାର ସୁଶାନ୍ତ କୁମାର ପତି ଓ କର୍ମଚାରୀମାନେ ବାଉଁଶଗଡ, ରଣପୁର, ସାନଗଡ଼, ବାଉଁଶଗଡ଼, କୃଷ୍ଣଚନ୍ଦ୍ରପୁର ଆଦି ଅଞ୍ଚଳରେ ଚଢ଼ାଉ କରି ବେଆଇନ ଇଟାଭାଟିଗୁଡ଼ିକୁ ବନ୍ଦ କରିଦେଇଛନ୍ତି। ଇଟାଭାଟି ମାଲିକଙ୍କ ବିରୋଧରେ ଏ ନେଇ ମାମଲା ରୁଜୁ କରାଯାଇଛି ।
ପେନସନ୍ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ
ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍ କରାଇ ଦେବାକୁ ଲାଞ୍ଚ ନେଉଥିବା…
ଓଲଟିଲା ଟୁରିଷ୍ଟ ବସ୍: ଚାଲିଗଲା ୫ ଜୀବନ
ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…
ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି ବୈକୁଣ୍ଠ, ଘରେ ପୁଅ,ବୋହୂଙ୍କୁ ବାଡ଼େଇ…
ନୟାଗଡ଼,୨୭।୩(ଲୋକନାଥ ମିଶ୍ର): ନୟାଗଡ଼ ସଦର ବଲଭଦ୍ରପୁର ଗାଁର ବୈକୁଣ୍ଠ ସାହୁଙ୍କ ଘରୁ ଗୁରୁବାର ରାତିରେ ଚୋରି ହୋଇଛି। ଚୋରମାନେ ଗ୍ରୀଲ ଓ କବାଟ ଭାଙ୍ଗି ୭ ଲକ୍ଷରୁ…
ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ
ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…
ବେଲପଡ଼ାପାଟଣା ସ୍କୁଲ ଛାତ୍ର ମୃତ୍ୟୁ ଘଟଣା: ୩୪ ଦିନ ପରେ ସ୍କୁଲ ଆସି ପାଠ ପଢ଼ିଲେ ପିଲା, ୧୩ ଅଟକ
ନୟାଗଡ଼,୨୩।୨(ଲୋକନାଥ ମିଶ୍ର): ଛାତ୍ର ମୃତ୍ୟୁକୁ ନେଇ ଦଶପଲ୍ଲା ବେଲପଡ଼ା ପ୍ରାଥମିକ ବିଦ୍ୟାଳୟରେ ୩୪ ଦିନ ହେବ ସ୍କୁଲ୍ ରେ ତାଲା ପକାଇଥିଲେ ପରିବାର ଲୋକେ। ଆଜି ବେଲପଡ଼ା…
ବିଳମ୍ବିତ ରାତିରେ ଘରେ ପଶିଗଲା ଆମ୍ବୁଲାନ୍ସ
ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…
ମର୍ମନ୍ତୁଦ ବାଇକ ଦୁର୍ଘଟଣା: ଅକାଳରେ ଚାଲିଗଲା ୨ ଯୁବକଙ୍କ ଜୀବନ
ନୟାଗଡ, ୬।୩(ଲୋକନାଥ ମିଶ୍ର): ଖଣ୍ଡପଡ଼ା ଥାନା ଅଧୀନ ବୋଦସା ଗ୍ରାମ ଉପକଣ୍ଠରେ ଗୁରୁବାର ଅପରାହ୍ନରେ ଏକ ମର୍ମନ୍ତୁଦ ବାଇକ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ଯୁବକଙ୍କ…
ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ପାଟିତୁଣ୍ଡ, ବ୍ଲକ୍ ଅଫିସ୍ରେ ଶାସକ-ବିରୋଧୀ ଗୋଷ୍ଠୀ ମୁହାଁମୁହିଁ
ନୟାଗଡ଼,୨।୩(ଲୋକନାଥ ମିଶ୍ର): ଉନ୍ନତିମୂଳକ କାର୍ଯ୍ୟରେ ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ପାଟିତୁଣ୍ଡ । ଉନ୍ନତିମୂଳକ କାର୍ଯ୍ୟରେ ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ…
Archives

