ବେଆଇନ କ୍ଲିନିକ ଉପରେ ଚଢ଼ାଉ

ଦିଗପହଣ୍ଡି,୨୦ା୧୨(ଡି.ଏନ.ଏ.)-ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳ ମାନଙ୍କରେ ବେନିୟମ ଭାବେ ବହୁ ସଂଖ୍ୟାରେ ପାଥୋଲୋଜି କ୍ଲିନିକ ଖୋଲାଯାଇଛି। ଅଭିଯୋଗ ପାଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଡ୍ରଗ୍ସ ଇନ୍ସପେକ୍ଟର ଲଳିତ କୁମାର ସାହୁ ଓ ସ୍ଥାନୀୟ ତହସିଲଦାର ତଥା କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଅଦୈତ କୁମାର ସ୍ବାଇଁ ସଦଳବଳ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗାଁରେ ଥିବା ଏକ ଘରୋଇ କ୍ଲିନିକ ଉପରେ ଗୁରୁବାର ଚଢ଼ାଉ କରିଥିଲେ। ଚଢାଉ ପୂର୍ବରୁ ଖବର ପାଇ କ୍ଲିନିକ ମାଲିକ ଚମ୍ପଟ ମାରିଥିଲେ। ଫଳରେ କୌଣସି ଦଳିଲ ପତ୍ର ଜବତ ହୋଇପାରିନାହିଁ। ପରେ ସେମାନେ କୁଶପଡା ଗଁାରେ ଥିବା ଏକ ଔଷଧ ଦୋକାନରେ ଚଢାଉ କରି ଅନୁମତିପତ୍ର ଯାଞ୍ଚ କରିଥିଲେ। ଫେରିବା ରାସ୍ତାରେ ଦିଗପହଣ୍ଡିସ୍ଥିତ କାନାରା ବ୍ୟାଙ୍କ ସମ୍ମୁଖରେ ଥିବା ବାସୁଦେବ କ୍ଲିନିକ ଉପରେ ଚଢ଼ାଉ କରି ଲାଇସେନ୍ସ ସମ୍ପର୍କିତ କାଗଜପତ୍ର ଜବତ କରିଥିବା ତହସିଲଦାର ଜଣାଇଛନ୍ତି। କ୍ଲିନିକ ଖୋଲିବା ପାଇଁ ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ଅନୁମତି ପତ୍ର ନଥିବାରୁ ସପ୍ତାହକ ମଧ୍ୟରେ ତାହା ଦାଖଲ କରିବାକୁ ମାଲିକଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି। ଦିଗପହଣ୍ଡି ଅଞ୍ଚଳରେ ବହୁ ସଂଖ୍ୟକ ପାଥଲୋଜି କ୍ଲିନିକ ନିୟମ ଉଲ୍ଲଘଂନ କରି ଖୋଲାଯାଇଛି। ରୋଗୀସେବା ନଁାରେ କ୍ୱାକ୍‌ମାନେ ଲୋକଙ୍କୁ ଶୋଷଣ କରୁଛନ୍ତି। ବିଭିନ୍ନ ସ୍ଥାନରେ ଭୃଣର ଲିଙ୍ଗ ନିରୂପଣ ସହ ବେଆଇନ ଭାବେ ଗର୍ଭପାତ କରାଯାଉଥିବା ସଙ୍ଗୀନ ଅଭିଯୋଗ ହୋଇଛି। ଜିଲା ସ୍ବାସ୍ଥ୍ୟ ବିଭାଗ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri