ବେଆଇନ ଦର୍ଶାଇ ବନ୍ଦ କରାଯାଇଥିଲା ଭିନ୍ନକ୍ଷମଙ୍କ ୨୨ ମାସର ଭତ୍ତା କୋର୍ଟଙ୍କ ନିର୍ଦ୍ଦେଶ ପରେ ଦେଲା ବ୍ଲକ ପ୍ରଶାସନ

ଏରସମା,୨୧ା୧(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ଭିତର ଅନ୍ଧାରୀ ପଞ୍ଚାୟତସ୍ଥିତ ଜାମୁକଣ ଗ୍ରାମର ଭିନ୍ନକ୍ଷମ ଲକ୍ଷ୍ମୀଧର ମହାପାତ୍ର ୨୨ମାସ ଧରି ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଥିଲେ। ଫଳରେ ଏ ନେଇ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ଏହା ଜାଣିବା ପରେ ତୁରନ୍ତ ତାଙ୍କୁ ସମ୍ପୂର୍ଣ୍ଣ ଭତ୍ତା ପ୍ରଦାନ କରିବାକୁ ବ୍ଲକ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶପରେ ସୋମବାର ତାଙ୍କୁ ୨୨ମାସର ଭତ୍ତା ପ୍ରଦାନ କରାଯାଇଛି। ବ୍ଲକ ପ୍ରଶାସନ ପକ୍ଷରୁ ଭିଏଲଡବ୍ଲ୍ୟୁ ନିହାର ରଞ୍ଜନ ଜେନା ଲକ୍ଷ୍ମୀଧରଙ୍କ ନିକଟକୁ ଯାଇ ସମସ୍ତ ଭତ୍ତା ଟଙ୍କା ପ୍ରଦାନ କରିଛନ୍ତି। ଲକ୍ଷ୍ମୀଧର ଭିନ୍ନକ୍ଷମ ପ୍ରମାଣପତ୍ର ଦେଇ ଭତ୍ତା ପାଉଥିଲେ। ମାତ୍ର ତାହାକୁ ବେଆଇନ ଦର୍ଶାଇ ୨୦୧୭ରେ ବନ୍ଦ କରାଯାଇଥିଲା। କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏହି କାର୍ଯ୍ୟ କରିଥିଲେ। ପରେ ଲକ୍ଷ୍ମୀଧର ବ୍ଲକ, ଜିଲା ପ୍ରଶାସନ ଓ ଲୋକ ପ୍ରତିନିଧିଙ୍କୁ ଭେଟି ଏ ସମ୍ପର୍କରେ ଜଣାଇଥିଲେ ମଧ୍ୟ କେହି ତାଙ୍କ କଥାକୁ କର୍ଣ୍ଣପାତ କରି ନ ଥିଲେ। ବାଧ୍ୟ ହୋଇ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ଏହାକୁ ବିଚାର କରି ସମସ୍ତ ଭତ୍ତା ଓ ଲକ୍ଷ୍ମୀଧର କୋର୍ଟରେ ଖର୍ଚ୍ଚ କରିଥିବା ଅର୍ଥ ବ୍ଲକ ପ୍ରଶାସନ ଦେବେ ବୋଲି ନିର୍ଦ୍ଦେଶ ଦେଇଥିଲେ। ଏସମ୍ପର୍କରେ ସମ୍ପୃକ୍ତ ଭିଏଲଡବ୍ଲ୍ୟୁ ଜେନାଙ୍କୁ ପଚାରିବାରୁ ସେ କହିଛନ୍ତି, ଲକ୍ଷ୍ମୀଧରଙ୍କ ଭତ୍ତା କ’ଣ ବନ୍ଦ ହୋଇଥିଲା ତାହା ମୋତେ ଜଣାନାହିଁ। ସେତେବେଳେ ମୁଁ ଦାୟିତ୍ୱରେ ନ ଥିଲି। ଏବେ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କର ସମସ୍ତ ଭତ୍ତା ଟଙ୍କା ବାବାଦକୁ ୧୦,୯୦୦ଟଙ୍କା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri