ବେଆଇନ ପଥର ବୋଝେଇ ୮ ଡମ୍ପର ଜବତ: ଆଦାୟ ହେଲା ୧.୪୪ ଲକ୍ଷ ଜରିମାନା

ଜଳେଶ୍ୱର, ୯।୧(ସ୍ବ.ପ୍ର.)-ବିଭିନ୍ନ ସମୟରେ ଜଳେଶ୍ୱର ତହସିଲ ଅଞ୍ଚଳରେ ବେଆଇନ ବୋଝେଇ ଟ୍ରକ୍‌ ଚଳାଚଳ କରୁଥିବା ବେଳେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ହେଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ବିଶେଷ କରି ଗ୍ରାମାଞ୍ଚଳ ରାସ୍ତାଗୁଡିକରେ ଭାରିଯାନଗୁଡିକ ଯାତାୟାତ କରୁଥିବାରୁ ରାସ୍ତାଗୁଡିକ ନଷ୍ଟ ହୋଇଯାଉଛି। ଏହାର ପ୍ରତିବାଦରେ ଗତ ସୋମବାର ରାତିରେ ରାଇବଣିଆ ଅଞ୍ଚଳର ହାତୀଗଡ-ଓଲମରା ରାସ୍ତାରେ ଗ୍ରାମବାସୀ ପଥର ବୋଝେଇ ୮ଟି ଡମ୍ପର(ନଂ.ଓଡି୦୧-କେ୧୮୬୬, ଓଡି୦୧-ଏଚ୍‌-୧୯୯୪, ଓଡି୦୧-କେ-୨୧୧୯, ଓଡି୦୧-ଏଥ-୧୮୬୬, ଓଡି୨୨ସି-୩୫୨୫, ଓଡି୦୧କେ-୫୦୬୬, ଓଡି୦୧ଏଲ୍‌-୧୮୬୬, ଓଡି୦୧ଏକ୍ସ-୬୨୯୨) ଅଟକ ରଖି ଓଲମରା ଆର୍‌ଆଇଙ୍କୁ ଖବର ଦେଇଥିଲେ। ଆରଆଇ ପହଞ୍ଚି କାଗଜପତ୍ର ଯାଞ୍ଚ କରିଥିଲେ। ପରେ ସେଗୁଡିକୁ ରାଇବଣିଆ ଥାନାରେ ଅଟକ ରଖାଯାଇଥିଲା। ମଙ୍ଗଳବାର ଜଳେଶ୍ୱର ତହସିଲଦାର କ୍ଷୀରୋଦ କୁମାର ପଣ୍ଡା ଏହାକୁ ଜବତ କରିଥିଲେ। ସେସବୁ ଡମ୍ପର ସୁବର୍ଣ୍ଣରେଖା ନଦୀର ମାକିଡିଆଠାରେ ନିର୍ମାଣାଧୀନ ସ୍ପର ଓ ପଥର ପ୍ୟାକିଂ କାର୍ଯ୍ୟ ପାଇଁ ଯାଉଥିବାରୁ ସେମାନଙ୍କୁ ସତର୍କ କରାଯାଇ ଏପରି ବେଆଇନ ଓଭରଲୋଡିଂ ନ କରିବା ପାଇଁ ତହସିଲଦାର ପଣ୍ଡା ପରାମର୍ଶ ଦେବା ସଙ୍ଗେ ସଙ୍ଗେ ଜରିମାନ ବାବଦକୁ ପ୍ରତି ଡମ୍ପର ପିଛା ୧୮ହଜାର ହିସାବରେ ୧ଲକ୍ଷ ୪୪ ହଜାର ଟଙ୍କା ଆଦାୟ କରିଥିଲେ। ସୂଚନାଯୋଗ୍ୟ ସେହିସବୁ ଭାରିଯାନଗୁଡିକ ବିଦ୍ୟାଳୟ ଶିକ୍ଷାଦାନ ସମୟରେ ପରିବହନ ନ କରିବାକୁ ସମ୍ପୃକ୍ତ ମାଲିକମାନଙ୍କୁ ପ୍ରଶାସନ ପକ୍ଷରୁ ଚେତାବନୀ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri