ବେଆଇନ ପିସ୍ତଲ ସହ ୮ ଜୀବନ୍ତ ଗୁଳି ଜବତ, ଅଭିଯୁକ୍ତ ଗିରଫ

ବଡବିଲ, ୧୯।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଉପରବସ୍ତିରୁ ଜଣେ ଯୁବକଙ୍କ ନିକଟରୁ ଏକ ବିଦେଶୀ ପିସ୍ତଲ ସହ ୮ଟି ଜୀବନ୍ତ ଗୁଳି ଜବତ ହୋଇଥିବାବେଳେ ସମ୍ପୃକ୍ତ ଅଭିଯୁକ୍ତ ସେକ ମୁମତାଜଙ୍କୁ ପୋଲିସ ଗିରଫ କରିଥିବା ଜଣାପଡିଛି। ସେକଙ୍କ ନାମରେ ବଡବିଲ ଥାନାରେ ଏକାଧିକ ମାମଲା ରହିଥିବା ଅନୁମାନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ବଡବିଲ ଉପରବସ୍ତିରେ ରହୁଥିବା ସେକ ମୁମତାଜ ନାମକ ଯୁବକଙ୍କ ପାଖରେ ଏକ ପିସ୍ତଲ ଥିବା ପୋଲିସ ଖବରପାଇଥିଲାବେଳେ ବିଳମ୍ବିତ ରାତିରେ ତାଙ୍କ ଘରେ ଚଢାଉ କରିଥିଲା। ମୁମତାଜଙ୍କ ନିକଟରୁ ପୋଲିସ ଏକ ୟୁଏସଏ(ୟୁନାଇଟେଡ ଷ୍ଟେଟସ ଅଫ ଆମେରିକା) ନିର୍ମିତ ବିଦେଶୀ ପିସ୍ତଲ ସହ ୭.୬୫ ମିଲିମିଟରର ୮ଟି ଜୀବନ୍ତ ଗୁଳି ଜବତ କରିବାକୁ ସକ୍ଷମ ହୋଇଥିବା ଜଣାପଡିଛି। ଏ ନେଇ ପୋଲିସ ବଡବିଲ ଥାନାରେ ଏକ ମାମଲା ରଜୁ କରି ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟ ଚାଲାଣ କରିଥିବା ଜଣାପଡିଛି।  ତେବେ ମୁମତାଜଙ୍କ ନାମରେ ବିଭିନ୍ନ ଅପରାଧିକ ମାମଲା ରହିଥିବା ଅନୁମାନ କରାଯାଉଥିଲାବେଳେ ଏ ନେଇ ପୋଲିସ ଖୋଳତାଡ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?