ବେଆଇନ ପିସ୍ତଲ ସହ ୮ ଜୀବନ୍ତ ଗୁଳି ଜବତ, ଅଭିଯୁକ୍ତ ଗିରଫ

ବଡବିଲ, ୧୯।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଉପରବସ୍ତିରୁ ଜଣେ ଯୁବକଙ୍କ ନିକଟରୁ ଏକ ବିଦେଶୀ ପିସ୍ତଲ ସହ ୮ଟି ଜୀବନ୍ତ ଗୁଳି ଜବତ ହୋଇଥିବାବେଳେ ସମ୍ପୃକ୍ତ ଅଭିଯୁକ୍ତ ସେକ ମୁମତାଜଙ୍କୁ ପୋଲିସ ଗିରଫ କରିଥିବା ଜଣାପଡିଛି। ସେକଙ୍କ ନାମରେ ବଡବିଲ ଥାନାରେ ଏକାଧିକ ମାମଲା ରହିଥିବା ଅନୁମାନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ବଡବିଲ ଉପରବସ୍ତିରେ ରହୁଥିବା ସେକ ମୁମତାଜ ନାମକ ଯୁବକଙ୍କ ପାଖରେ ଏକ ପିସ୍ତଲ ଥିବା ପୋଲିସ ଖବରପାଇଥିଲାବେଳେ ବିଳମ୍ବିତ ରାତିରେ ତାଙ୍କ ଘରେ ଚଢାଉ କରିଥିଲା। ମୁମତାଜଙ୍କ ନିକଟରୁ ପୋଲିସ ଏକ ୟୁଏସଏ(ୟୁନାଇଟେଡ ଷ୍ଟେଟସ ଅଫ ଆମେରିକା) ନିର୍ମିତ ବିଦେଶୀ ପିସ୍ତଲ ସହ ୭.୬୫ ମିଲିମିଟରର ୮ଟି ଜୀବନ୍ତ ଗୁଳି ଜବତ କରିବାକୁ ସକ୍ଷମ ହୋଇଥିବା ଜଣାପଡିଛି। ଏ ନେଇ ପୋଲିସ ବଡବିଲ ଥାନାରେ ଏକ ମାମଲା ରଜୁ କରି ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟ ଚାଲାଣ କରିଥିବା ଜଣାପଡିଛି।  ତେବେ ମୁମତାଜଙ୍କ ନାମରେ ବିଭିନ୍ନ ଅପରାଧିକ ମାମଲା ରହିଥିବା ଅନୁମାନ କରାଯାଉଥିଲାବେଳେ ଏ ନେଇ ପୋଲିସ ଖୋଳତାଡ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri