ବେଆଇନ ବାଣ ଭିଡ଼ିବା ବେଳେ ଅଘଟଣ: ବିସ୍ଫୋରଣରେ ୬ ଗୁରୁତର

ବିଞ୍ଝାରପୁର, ୫।୧୦(ଡି.ଏନ.ଏ)- ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ପଶ୍ଚିମ ବାଛୋଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବେଆଇନ ବାଣ ଭିଡୁଥିବାବେଳେ ବିସ୍ଫୋରଣ ଘଟି ୬ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଜିଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ଅନୁଯାୟୀ ଏହି ଗ୍ରାମର ରମାକାନ୍ତ ସାହୁ(୪୫) ଙ୍କ ସମେତ ଅନ୍ୟ କେତେକ ବ୍ୟକ୍ତି ବେଆଇନ ଭାବେ ବାଣ ଭିଡୁଥିବା ଶନିବାର ସନ୍ଧ୍ୟାରେ ଭୟଙ୍କର ଭାବେ ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ ରମାକାନ୍ତଙ୍କ ସମେତ ତାଙ୍କ ପୁଅ ସୈାଭାଗ୍ୟ(୨୩), ଏକାଦଶୀ ଦାସଙ୍କ ପୁଅ ସୁଧାଶୁଂ ଦାସ(୨୩), ରମାକାନ୍ତଙ୍କ ମା’ ରୁକ୍ମୁଣୀ ସାହୁ(୮୦), ରମାକାନ୍ତଙ୍କ ଭଉଣୀ ଶାନ୍ତିଲତା ସାହୁ (୫୦) ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ନିମନ୍ତେ ବିଞ୍ଝାରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେଠାରେ ରମାକାନ୍ତଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ଜିଲା ମୁଖ୍ୟ ଚିକିସତ୍ାଳୟକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସମ୍ପର୍କରେ ଖବର ପାଇ ବିଞ୍ଝାରପୁର ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ବିଞ୍ଝାରପୁର ଥାନା ଅଧିକାରୀ ଶିବ ଚରଣ ବେହେରା ଘଟଣା ସ୍ଥଳରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିବା ସହିତ ଅଫୁଟା ବାଣ ଜବତ କରିଛନ୍ତି ା ଏହି ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ଆଲୋଡନ ସୃଷ୍ଟି ହୋଇଥିବାବେଳେ ବିସ୍ଫୋରଣର ଭୟାବହତା ଏତେ ଥିଲା ଯେ ପଡୋଶୀଙ୍କ ଘର ଉପରେ ମଧ୍ୟ ପ୍ରଭାବ ଦେଖିବାକୁ ମିଳିଛି । ଖବରପାଇ ଘଟଣାସ୍ଥଳରେ ଏସ୍‌ପି ଚରଣ ସିଂ ମୀନା ଏବଂ ଏସ୍‌ଡିପିଓ ରବୀନ୍ଦ୍ର କୁମାର ଜେନା ପହଞ୍ଚତ୍ ଘଟଣା ସମ୍ପର୍କରେ ଅଧିକ ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri