ବେଆଇନ ବାଲି ଚାଲାଣ:ଜେସିବି ସମେତ ୭ ଟ୍ରାକ୍ଟର ଜବତ

ଜଳେଶ୍ୱର, ୨୯।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅନ୍ତର୍ଗତ ଶିଖରପୁର, ଅଗ୍ରୱାଲାଛକ, ତେଗଡ଼ିଆ, ପଢ଼ିଆରିପୁର ଓ ପଞ୍ଚୁଘଣ୍ଟା ଆଦି ସୁବର୍ଣ୍ଣରେଖା ନଦୀର ବିଭିନ୍ନ ବାଲି ଉତ୍ସରୁ ବେଆଇନ ଭାବେ ବାଲି ଉତ୍ତୋଳନ କରାଯାଇ ଡମ୍ପଂ କରି ରଖାଯାଉଛି। ଉକ୍ତ ସ୍ଥାନରୁ ଦୈନିକ ଶହ ଶହ ଟ୍ରାକ୍ଟର ଓ ଡମ୍ପର ଯୋଗେ ପଶ୍ଚିମବଙ୍ଗକୁ ବାଲିମାଫିଆମାନେ ବେଆଇନ ଭାବେ ଚୋରାଚାଲାଣ କରି ବେଶ୍‌ ମାଲାମାଲ ହେଉଛନ୍ତି। ଏନେଇ ଅଭିଯୋଗ ହେବା ପରେ ବାଲେଶ୍ୱର ଜିଲାପାଳ ରମେଶଚନ୍ଦ୍ର ରାଉତଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦୀର୍ଘ ୪ଘଣ୍ଟା ଧରି ଉକ୍ତ ବେଆଇନ ବାଲି ଡମ୍ପଂସ୍ଥଳରେ ଜଳେଶ୍ୱର ତହସିଲଦାର ଅଭିମନ୍ୟୁ ପଣ୍ଡା, ଆରଆଇ ମାନସ ବେହେରା, ରାଧାବଲ୍ଲଭ ରଣଜିତ୍‌, ଅମିନ ଶିବେଲାଲ ମୁର୍ମୁ, କର୍ମଚାରୀ ଧୀରେନ୍ଦ୍ର ମାରାଣ୍ଡି, ରଘୁନାଥ ଭୂୟଁାଙ୍କୁ ସାଙ୍ଗରେ ନେଇ ଅତର୍କିତ ଭାବେ ଚଢ଼ାଉ କରିଥିଲେ। ଚଢାଉରେ ବଡ଼ ଚେନ ଲଗା ଜେସିବି ମେଶିନ ସମେତ ୭ ବାଲି ବୋଝେଇ ଟ୍ରାକ୍ଟର ଜବତ କରାଯାଇଛି। ଏଥିସହିତ ପୂର୍ବରୁ ଗଚ୍ଛିତ କରି ରଖାଯାଇଥିବା ବାଲିର ଆକଳନ କରାଯାଇ ଆର୍ଥିକ ଜରିମାନା ଆଦାୟ ପାଇଁ ତହସିଲଦାର ଆରଆଇଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଜବତ୍‌ ଟ୍ରାକ୍ଟର ଓ ଜେସିବିଠାରୁ ଲକ୍ଷାଧିକ ଟଙ୍କା ଜରିମାନା ଆକାରରେ ଆଦାୟ କରାଯିବ ବୋଲି ସୂଚନା ମିଳିଛି। ଉଲ୍ଲେଖଯୋଗ୍ୟ ଯେ, ୨ମାସ ଧରି ଜଳେଶ୍ୱର ତହସିଲଦାରଙ୍କ ସମେତ ଅନ୍ୟ ଅଧିକାରୀ ଓ କର୍ମଚାରୀମାନେ ସାଧାରଣ ନିର୍ବାଚନ ଡ୍ୟୁଟିରେ ବ୍ୟସ୍ତ ଥିବା ବେଳେ ବାଲିମାଫିଆ ମାନେ ବେଧଡ଼କ ଭାବେ ପଶ୍ଚିମବଙ୍ଗକୁ ବାଲି ଚାଲାଣ କରି ଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri