ବେଆଇନ ମାଙ୍କଡା ପଥର ଖନନ ଚାଲିଛି; ଅଭିଯୋଗ କଲେ କୁଳଙ୍ଗ ଗ୍ରାମବାସୀ

ତେଲକୋଇ, ୭।୧୧(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନରେ ରାଇସୁଆଁ ପଞ୍ଚାୟତର କୁଳଙ୍ଗ ଗ୍ରାମର ଖେସରା ଜଙ୍ଗଲ ମଧ୍ୟରେ ଚାଲିଛି ବେଆଇନ ଭାବେ ମାଙ୍କଡା ପଥର ଖନନ। ମାଙ୍କଡା ପଥର ଖନନ ଯୋଗୁ ଜଙ୍ଗଲ ଅଞ୍ଚଳରେ ପୋଖରୀ ସଦୃଶ୍ୟ ଗାତ ସୃଷ୍ଟି ହେବା ଯୋଗୁ ଗ୍ରାମର ଗୃହପାଳିତ ପଶୁମାନଙ୍କ ପାଇଁ ଉକ୍ତ ଅଞ୍ଚଳ ବିପଦ ସୃଷ୍ଟି କରିଛି। ଏନେଇ କୁଳଙ୍ଗ ଗ୍ରାମବାସୀ ବନାଞ୍ଚଳ ଅଧିକାରୀଙ୍କ ଠାରେ ଅଭିଯୋଗ କରିବା ସହିତ ଜିଲାପାଳଙ୍କ ଠାରେ ଅଭିଯୋଗ କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ ଉକ୍ତ ଜଙ୍ଗଲ ମଧ୍ୟରେ ତେଲକୋଇ ବନାଞ୍ଚଳ ଅଧିକାରୀ ଏକ ଫରେଷ୍ଟ ବିଟର ଫରେଷ୍ଟରଙ୍କ ଜାଣତରେ ଏହ ଜଙ୍ଗଲରେ ମାଙ୍କଡାପଥର ଖନନର ଯୋଜନା କରାଯାଉଥିବା ଯୋଗୁ ଜଙ୍ଗଲ ଅଞ୍ଚଳର ମୂଲ୍ୟବାନ ଗଛଲତା ସହିତ ପରିବେଶ ନଷ୍ଟ ହେବାରେ ଲାଗିଛି । ସେହିପରି ଏହି ବେଆଇନ ମାଙ୍କଡା ପଥର ଖନନ ବ୍ୟବସାୟୀ ତେଲକୋଇ ବ୍ଲକ ସମେତ ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକ ଅଧୀନ ବିଭିନ୍ନ ଗ୍ରାମକୁ ପଥର ଯୋଗାଣ କରୁଥିବା ଦର୍ଶାଇଛନ୍ତି। ଏସମ୍ପର୍କରେ ବନାଞ୍ଚଳ ଅଧିକାରୀ ପ୍ରମୋଦ କୁମାର ସେଠୀଙ୍କୁ ପଚାରିବାରୁ ମୁଁ ନିଜେ ଆଜି ତଦନ୍ତରେ ରହିବା ସହିତ ପଥର ଖନନ ମାଫିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri