ବେଆଇନ ମେଡିସିନ ବିକ୍ରି ଅଭିଯୋଗ : ହୋମିଓପାଥିତ୍କ ଡାକ୍ତର ଗିରଫ

କୋରାପୁଟ,୨୬।୧୦(ସ୍ବ.ପ୍ର.) : କୋରାପୁଟ ସହରର ବସଷ୍ଟାଣ୍ଡ ଅଞ୍ଚଳରେ ଥିବା ଏକ ହୋମିଓପାଥିକ୍‌ କ୍ଲିନିକ୍‌ରେ ବେଆଇନ ମେଡିସିନ୍‌ ରଖିବା ଅଭିଯୋଗରେ ଶନିବାର କୋରାପୁଟ ଟାଉନ ପୋଲିସ ଜଣେ ଡାକ୍ତରଙ୍କୁ ଗିରଫ କରିଛି। ଏଥିସହିତ କ୍ଲିନିକରୁ ବହୁ ମେଡିସିନ୍‌ ମଧ୍ୟ ଜବତ କରାଯାଇଥିବା ଟାଉନ ଥାନା ଅଧିକାରୀ ପୀତବାସ ଧାରୁଆ ପ୍ରକାଶ କରିଛନ୍ତିି।
ସୂଚନାଯୋଗ୍ୟ, ସହରର ବସଷ୍ଟାଣ୍ଡ ଠାରେ ଡାକ୍ତର ପ୍ରସନ୍ନ କୁମାର ମହାପାତ୍ରଙ୍କ କ୍ଲିନିକ ଉପରେ କୋରାପୁଟ ଟାଉନ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୪୦ ପ୍ରତିଶତ ଆଲକହଲ ରହିଥିବା ମେଡିସିନ (ପ୍ରତି ଶହେ ଏମ୍‌ଏଲ୍‌) ୯ଟି ଓ ଟନିକ୍‌ ୮ପ୍ଲସ ୧୮ଟି ବୋତଲ ଜବତ କରିଥିବାବେଳେ ଡାକ୍ତର ମହାପାତ୍ରଙ୍କୁ ଗିରଫ କରାଯାଇଛି। ସେହିପରି କ୍ଲିନିକ୍‌ରୁ ଏହି ନିଷେଧ ମେଡିସିନ ୬ ପେଟି ଜବତ କରାଯାଇଛି। ଏହି ମେଡିସିନ କାହାକୁ ଏବଂ କେଉଁ ପ୍ରେସ୍‌କ୍ରିପ୍‌ଶନ ଦେଖି ସଂପୃକ୍ତ ଡାକ୍ତର ପ୍ରଦାନ କରିଛନ୍ତି ସେ ନେଇ ପୋଲିସ ପକ୍ଷରୁ ତଦନ୍ତ ଚାଲିଛି। କିଛି ବର୍ଷ ତଳେ ଏହି କ୍ଲିନିକରେ ଜିଲା ଡ୍ରଗ୍ସସ୍କ୍ବାଡ ପକ୍ଷରୁ ଚଢ଼ାଉ କରାଯାଇ ବହୁ ପରିମାଣର ମେଡିସିନ ଜବତ କରାଯାଇଥିଲା। ଲୁଚାଛପାରେ ବେଆଇନ ଔଷଧ ବିକ୍ରି କରି ଡାକ୍ତର ମାଲାମାଲ ହେଉଥିବା ଲୋକେ ଅଭିଯୋଗ କରିଆସୁଥିଲେ। ଏନେଇ ଜିଲା ପ୍ରଶାସନ ନିକଟରେ ବାରମ୍ବାର ଅଭିଯୋଗ ହେବା ପରେ ଏସ୍‌ପି ମୁକେଶ କୁମାର ଭାମୁଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଟାଉନ ପୋଲିସ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। ଏନେଇ କୋରାପୁଟ ଟାଉନ ଥାନାରେ ୨୬୪/୧୯ରେ ଏକ ମାମଲା ରୁଜୁ କରାଯାଇ ଘଟଣାର ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri