ବେଆଇନ ଶ୍ରମିକ ଚାଲାଣ: ଗୋଟିଏ ଦିନରେ ୪୧ ମଧ୍ୟସ୍ଥ, ଦଲାଲ ଗିରଫ

କଟକ ଅଫିସ,୧୩।୧୦: ବେଆଇନ ଶ୍ରମିକ ଚାଲାଣ କରୁଥିବା ଅଭିଯୋଗରେ ୪୧ ଜଣ ମଧ୍ୟସ୍ଥ ଓ ଦଲାଲଙ୍କୁ ବଲାଙ୍ଗୀର, ନୂଆପଡ଼ା ଜିଲା ପୋଲିସ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ଡିଜିପି ବି.କେ. ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ଏହି ଦୁଇ ଜିଲାର ଏସ୍‌ପିଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିଲା। ଏହି ଟିମ୍‌ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ମଧ୍ୟସ୍ଥ ଓ ଦଲାଲମାନଙ୍କୁ ଗିରଫ କରିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ଦୁଇ ଜିଲାରେ ବେଆଇନ ଶ୍ରମିକ ଚାଲାଣ କରାଯାଉଥିବା ନେଇ ବାରମ୍ବାର ଅଭିଯୋଗ ହୋଇଥିଲା। ତେବେ ଡିଜିପିଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ଏହି ଟିମ୍‌ ଚଢ଼ାଉ କରି ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରୁ ୮, ତୁରେଇକେଲାରୁ ୬, ବେଲପଡ଼ାରୁ ୫, ଖପ୍ରାଖୋଲରୁ ୪ ଓ ଲାଠୋରରୁ ୨ଜଣଙ୍କୁ ଗିରଫ କରିଥିଲା। ସେହିପରି ନୂଆପଡ଼ା ଜିଲାର ବେଲ୍‌ଟୁକୁରିରୁ ୩, ଜଙ୍କରୁ ୫, କୋମନାରୁ ୨, ଖରିଆରରୁ ୩, ବୋଡେନରୁ ୧ ଓ ସିନାପାଲିର ୨ଜଣ ମଧ୍ୟସ୍ଥ ଓ ଦଲାଲ ଗିରଫ ହୋଇଛନ୍ତି। ଏ ନେଇ ଉଭୟ ଥାନାରେ ମାମଲା ରୁଜୁ ହୋଇଛି। ଅନ୍ୟପକ୍ଷରେ ସେମାନଙ୍କ ନାମରେ ଉଭୟ ଜିଲାରେ ୧୬ରୁ ଅଧିକ ମାମଲା ରହିଥିବା ପୋଲିସ ସୂଚନା ଦେଇଛି। ଅଧିକ ତଥ୍ୟ ସଂଗ୍ରହ ପାଇଁ ପୋଲିସ ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ରିମାଣ୍ଡରେ ଆଣିବାର ଯୋଜନା ରଖିଥିବା ଜଣାପଡିଛି। ଗିରଫ ଦଲାଲମାନଙ୍କ ସହ ରାଜ୍ୟ ଭିତରେ ଓ ରାଜ୍ୟ ବାହାରେ ସମ୍ପର୍କ ରହିଥିବା ପୋଲିସ ସନ୍ଦେହ କରୁଛି। ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଏଭଳି କରାଯାଇଥିବା ଡିଜିପି ଶର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri