ଯୁବକଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

ପାଟଣା,୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବନବୀର ଗ୍ରାମର ଜଣେ ୨୨ବର୍ଷୀୟ ଯୁବକ ଗୁରୁବାର ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପଦ୍ମଲୋଚନ ମହାନ୍ତଙ୍କ ପୁଅ କାଳୀଚରଣ।
ପ୍ରକାଶ ଯେ, ଅପରାହ୍ନରେ କାଳିଚରଣ ନିଜ ଘର ସଙ୍ଗାରେ ରଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ଉଦ୍ଧାରକରି କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏ ନେଇ ପାଟଣା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ଶୁକ୍ରବାର କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ତେବେ ଆତ୍ମହତ୍ୟାର କାରଣ ଜଣାପଡ଼ି ନାହିଁ।