ବେଙ୍ଗାଲୁରୁରୁ ଆସିଲେ ୩୨ ପ୍ରବାସୀ

ଭୁବନ, ୧୪।୫(ଡି.ଏନ.ଏ.) – ବେଙ୍ଗାଲୁରୁରୁ ୧ଲକ୍ଷ ୬୦ ହଜାର ଟଙ୍କା ବସ୍‌ଭଡ଼ା ଦେଇ ୩୨ ଜଣ ପ୍ରବାସୀ ଓଡ଼ିଶା ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ଢେଙ୍କାନାଳ ଜିଲା ଭୁବନ ବ୍ଲକ ସୁରପ୍ରତାପପୁର ପଞ୍ଚାୟତର ୨୬ ଏବଂ କେନ୍ଦ୍ରାପଡ଼ା ଜିଲାର ୬ଜଣ ଅଛନ୍ତି। ସମ୍ପୃକ୍ତ ପ୍ରବାସୀମାନେ ଗତ ୧୧ ତାରିଖ ରାତି ୧୦ଟାରେ ବେଙ୍ଗାଲୁରୁରୁ ବାହାରିଥିଲେ। ବସ୍‌ ଭୁବନେଶ୍ୱର ଦେଇ କେନ୍ଦ୍ରାପଡ଼ାରେ ପହଞ୍ଚତ୍ଥିଲା। ସେଠାରେ ୬ଜଣ ପ୍ରବାସୀଙ୍କୁ ଛାଡ଼ି ମଙ୍ଗଳବାର ରାତିରେ ଉକ୍ତ ବସ୍‌ ସୁରପ୍ରତାପପୁରରେ ପହଞ୍ଚତ୍ଥିଲା। ୨୬ ପ୍ରବାସୀଙ୍କୁ ଶ୍ରୀମା ଅରବିନ୍ଦ ପୂର୍ଣ୍ଣାଙ୍ଗ ସରକାରୀ ହାଇସ୍କୁଲ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଛି। ସୁରପ୍ରତାପପୁର ପଞ୍ଚାୟତର ୧୮୭ଜଣ ପ୍ରବାସୀ ଘରକୁ ଫେରିବାକୁ ନାମ ପଞ୍ଜୀକରଣ କରିଛନ୍ତି। ଏଥିପୂର୍ବରୁ ୬ଜଣ ଆସି ପହଞ୍ଚତ୍ ସାରିଛନ୍ତି। ବୁଧବାର ରାତିରେ ବେଙ୍ଗାଲୁରୁରୁ ଅନ୍ୟ ଏକ ବସ୍‌ରେ ୨୫ଜଣଙ୍କୁ ନେଇ ବାହାରିବ ବୋଲି ବିଶେଷସୂତ୍ରରୁ ଜଣାପଡ଼ିଛି।
ଏ ନେଇ ବିଡିଓ ଆଶୀର୍ବାଦ ପରିଡ଼ା କୁହନ୍ତି, ବେଙ୍ଗାଲୁରୁ ପ୍ରବାସୀ ନିଜସ୍ବ ଖର୍ଚ୍ଚରେ ଓଡ଼ିଶା ଆସିଛନ୍ତି। ସେମାନଙ୍କ ରହିବା, ଖାଇବା ଲାଗି ସମସ୍ତ ବ୍ୟବସ୍ଥା କରାଯାଇଛି। ପଞ୍ଚାୟତର ସରପଞ୍ଚ ଏବଂ ଅଧିକାରୀଙ୍କୁ କେନ୍ଦ୍ର ପରିଚାଳନା କରିବାକୁ ଦାୟିତ୍ୱ ବଣ୍ଟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri