ବେଙ୍ଗାଲୁରୁରେ ରୋଟାରି ଓଡ଼ିଶାର ‘ଜୟ ହୋ’

ଭୁବନେଶ୍ୱର,୨୦।୫: ରୋଟାରି ଓଡ଼ିଶା ପକ୍ଷରୁ ବେଙ୍ଗାଲୁରୁଠାରେ ପ୍ରଥମ ଥର ପାଇଁ ୨ଦିନିଆ ଜିଲା ପ୍ରଶିକ୍ଷଣ ସଭା ‘ଜୟ ହୋ’ର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଓଡ଼ିଶାର ବିଭିନ୍ନ ଜିଲାରୁ ୪୦୦ରୁ ଅଧିକ ରୋଟାରି ପ୍ରତିନିଧି ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଅପରପକ୍ଷରେ ରୋଟାରି ବର୍ଷ ୨୦୨୩-୨୪ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଓ ସେବା ପ୍ରକଳ୍ପଗୁଡ଼ିକ ଉପରେ ରୋଟାରି ସଦସ୍ୟମାନେ ବିଶେଷ ତାଲିମ ହାସଲ କରିଥିଲେ।
ସେହିଭଳି ୩୭ ଜଣ ପ୍ରତିଷ୍ଠିତ ଓଡ଼ିଆ ବ୍ୟକ୍ତିତ୍ୱଙ୍କୁ ପ୍ରାଇଡ୍‌ ଅଫ୍‌ ଓଡ଼ିଶା ଏକ୍ସିଲେନ୍ସ ସମ୍ମାନରେ ସମ୍ମାନିତ କରାଯାଇଥିଲା। ସେମାନଙ୍କ ମଧ୍ୟରେ ଡିଆର୍‌ଡିଓର ସାଧାରଣ ନିର୍ଦ୍ଦେଶକ ଡ. ବି.କେ. ଦାସ, ହାଲ୍‌ର ସିଇଓ ମିହିରକାନ୍ତି ମିଶ୍ର, ବିଇଏମ୍‌ଏଲ୍‌ର ପୂର୍ବତନ ଏମ୍‌ଡି ମାନସ ମହାନ୍ତି, ଟାଟା ଆଇଅନ୍‌ର ଜିଏସ୍‌ଏସ୍‌ ଗ୍ଲୋବାଲ ହେଡ୍‌ ଗୋପାଳକ୍ରିଷ୍ଣନ୍‌, ଆଇବିଏମ୍‌ର ପାର୍ଟନର ତୁଷାର ମିଶ୍ର, ୱିପ୍ରୋର ସିଆଇଓ କୁମାର ଅୟସକାନ୍ତ, ରୋଡ୍‌ ସାଇନ୍ସର ଲେଖକ ପ୍ରଣବ ପାଣି, ଡିଭି ଆନାଲିଟିକ୍ସର ଅଧ୍ୟକ୍ଷ ଦେବେନ୍ଦ୍ର ରଥ, ସାମ୍ବାଦିକ ରଞ୍ଜନ ଆଚାର୍ଯ୍ୟ, ଓଡ଼ିଶୀ କଳାକାର ସରିତା ମିଶ୍ର ପ୍ରମୁଖ ସାମିଲ ଥିଲେ।
ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ (ଓଏସ୍‌ଡିଏ)ର ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ ‘ସ୍ଥାୟୀ ଉଦ୍ଭାବନ କ୍ଷେତ୍ରରେ ନେତୃତ୍ୱ’ ପ୍ରସଙ୍ଗରେ ବିସ୍ତୃତ ମତ ଉପସ୍ଥାପନ କରିଥିଲେ। ସେହିପରି ଷ୍ଟାଟ୍‌ଅପ୍‌ ଓଡ଼ିଶାର ଏକ୍‌ଜିକ୍ୟୁଟିଭ ଚେୟାରମ୍ୟାନ ଡ. ଓମ୍‌କାର ରାୟ ଓଡ଼ିଶାର ଷ୍ଟାର୍ଟଅପ୍‌ଗୁଡ଼ିକୁ ବେଙ୍ଗାଲୁରୁରେ ଆଞ୍ଜେଲ ଫଣ୍ଡ୍‌, ବଜାର ପହଞ୍ଚ, ମାର୍ଗଦର୍ଶକ ଓ ସାଥୀ ନେଟ୍‌ୱର୍କଗୁଡ଼ିକ ସହ ସଂଯୋଗ କରିବା ପାଇଁ ଏକ ଷ୍ଟାର୍ଟଅପ୍‌ ବ୍ରିଜ୍‌ ଅଭିଯାନ ରୋଟାପ୍ରେନ୍ୟୋର୍ସ ଶୁଭାରମ୍ଭ କରିଥିଲେ। ଏଠାରେ ବିଶିଷ୍ଟ ବ୍ୟକ୍ତିଙ୍କ ନିକଟରେ ଓଡ଼ିଶାର ଅନେକ ଷ୍ଟାର୍ଟଅପ୍‌ ପ୍ରଦର୍ଶନ କରିଥିଲେ ଏବଂ ଯଶଦୀପ୍‌ ସିଂହଙ୍କ ଟ୍ରାନ୍ସପୋର୍ଟ ସିମ୍ପଲ ଓ ଅଭିଜିତ ସାହୁଙ୍କ ଫାଷ୍ଟେକ୍‌ ଫ୍ୟାଶନ୍ସ ଭଳି ଯୁବ ଉଦ୍ୟୋଗୀମାନଙ୍କୁ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri