Posted inଖେଳ

ବେଙ୍ଗାଲୁରୁ ଓ୍ବାଲର୍‌ଡ ୧୦କେ’ରେ ଭାଗ ନେବେ ବିଶ୍ୱ ଚାମ୍ପିୟନ

ବେଙ୍ଗାଲୁରୁ,୧୨ା୫ (ପି.ଟି.)-ଚଳିତ ମାସ ୧୯ରେ ଏଠାରେ ହେବାକୁଥିବା ଟାଟା କନସଲଟେନ୍ସି ସର୍ଭିସେସ୍‌ ଓ୍ବାଲର୍‌ଡ ୧୦କେ ରେସ୍‌ରେ ବିଶ୍ୱ ଚାମ୍ପିୟନ ତଥା ଏସିଆନ ଗେମ୍ସ ମାରାଥନ ସ୍ବର୍ଣ୍ଣ ବିଜୟିନୀ ବାହାରିନ୍‌ର ରୋଜ୍‌ ଚେଲିମୋ ଅଂଶଗ୍ରହଣ କରିବେ। ବିଭିନ୍ନ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ ଜିତିଥିବା ୯ ପୁରୁଷ ଓ ୮ ମହିଳା ସମେତ ୧୭ଜଣ ଆଥଲେଟ୍‌ ଏଥିରେ ଭାଗ ନେବେ। ସମସ୍ତଙ୍କୁ ରେସ୍‌ର ଷ୍ଟାର୍ଟିଂ ଲାଇନ୍‌ ଅପ୍‌ରେ ଦେଖିବାକୁ ମିଳିବ। ୧୨ଜଣ ଅନ୍ତର୍ଜାତୀୟ ଏଲିଟ୍‌ ପୁରୁଷ ଆଥଲେଟଙ୍କ ମଧ୍ୟରୁ ୭ଜଣଙ୍କର ବ୍ୟକ୍ତିଗତ ଶ୍ରେଷ୍ଠ ଟାଇମିଂ ୨୦୧୪ରେ କୋର୍ସ ରେକର୍ଡ ପ୍ରତିଷ୍ଠା କରିଥିବା ଜେଫ୍ରି କାମୋରୋର୍‌ଙ୍କଠାରୁ ନିମ୍ନରେ ରହିଛି। ସେହିପରି ୧୦ ଅନ୍ତର୍ଜାତୀୟ ଏଲିଟ୍‌ ମହିଳାଙ୍କ ମଧ୍ୟରୁ ୧୦ଜଣଙ୍କର ବ୍ୟକ୍ତିଗତ ଶ୍ରେଷ୍ଠ ଗତ ସଂସ୍କରଣରେ ଆଗନେସ ଟିରୋପ (୩୧:୧୯)ଙ୍କ ଦ୍ୱାରା ପ୍ରତିଷ୍ଠିତ ରେକର୍ଡଠାରୁ ପଛରେ ରହିଛି। କେନିଆର ଟିରୋପ ଏଥର ତାଙ୍କ ଟାଇଟଲ ବଜାୟ ରଖିବା ଉଦ୍ଦେଶ୍ୟରେ ସହରକୁ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri