Posted inଜାତୀୟ

ବେଜିଂରେ ଜୟଶଙ୍କର

ନୂଆଦିଲ୍ଲୀ, ୧୨ା୮: ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ରବିବାର ଚାଇନା ଗସ୍ତ କରିବା ସହ ବେଜିଂରେ ପହଞ୍ଚିଛନ୍ତି। ସେଠାରେ ସେ ଚାଇନା ପ୍ରତିପକ୍ଷ ଓ୍ବାଙ୍ଗ୍‌ ୟି ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଭାରତ ସମ୍ବିଧାନର ଧାରା ୩୭୦ ଉଚ୍ଛେଦ ସହ ଜମ୍ମୁ-କଶ୍ମୀରକୁ ଦୁଇ ଭାଗ କରି ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ଘଟଣାକୁ ପାକିସ୍ତାନ ବିରୋଧ କରି ଚାଇନାର ଶରଣ ପଶିଥିଲାବେଳେ ଜୟଶଙ୍କରଙ୍କ ଚାଇନା ଗସ୍ତ ମହତ୍ୱପୂର୍ଣ୍ଣ ମନେହୁଏ। ଲଦାଖକୁ କେନ୍ଦ୍ରଶାସିତ ଅଞ୍ଚଳ ଭାବେ ଭାରତ ମାନ୍ୟତା ଦେଇଥିବାବେଳେ ଚାଇନା ଏହାକୁ ବିରୋଧ କରିଛି। ସୋମବାର ଜୟଶଙ୍କର ଚାଇନା ପ୍ରତିପକ୍ଷ ଓ୍ବାଙ୍ଗ୍‌ଙ୍କ ସହ ଏନେଇ ଆଲୋଚନା କରିପାରନ୍ତି ବୋଲି କୁହାଯାଉଛି। ଏଥିସହ ଅକ୍ଟୋବରରେ ଚାଇନା ରାଷ୍ଟ୍ରତି ଜିନ୍‌ପିଙ୍ଗଙ୍କ ଭାରତ ଗସ୍ତ ନେଇ ମଧ୍ୟ ଆଲୋଚନା କରାଯିବ। ଏହି ଦୁଇଦିନିଆ ଗସ୍ତ ଅବସରରେ ଜୟଶଙ୍କର-ଓ୍ବାଙ୍ଗ୍‌ଙ୍କ ମଧ୍ୟରେ ୪ଟି ରାଜିନାମା ସ୍ବାକ୍ଷରିତ ହେବ। ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି, ସାଂସ୍କୃତିକ ଭାବ ବିନିମୟ, ବାଣିଜ୍ୟ ଓ ଅନ୍ୟ ଅନ୍ତର୍ଜାତୀୟ ପ୍ରସଙ୍ଗ ନେଇ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri