Posted inଜାତୀୟ

‘ବେଟି ବଚାଓ ବେଟି ପଢ଼ାଓ’ ଯୋଜନାର ସଫଳତା: ୪ ବର୍ଷରେ ଲିଙ୍ଗ ଅନୁପାତ ହଜାରେ ପିଛା ୯୨୩ରୁ ୯୩୧କୁ ବୃଦ୍ଧି

ନୂଆଦିଲ୍ଲୀ,୨୩।୬: ଗତ ୪ ବର୍ଷ ମଧ୍ୟରେ ଦେଶରେ ଲିଙ୍ଗ ଅନୁପାତ ହଜାରେ ପୁରୁଷଙ୍କ ପିଛା ୯୨୩ରୁ ୯୩୧କୁ ବୃଦ୍ଧି ପାଇଛି। ୨୦୧୫ଠାରୁ ୨୦୧୯ ମଧ୍ୟରେ ଲିଙ୍ଗ ଅନୁପାତରେ ଏଭଳି ବୃଦ୍ଧି ଦୃଷ୍ଟି ଗୋଚର ହୋଇଥିବା ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଲୋକସଭାରେ ଉପସ୍ଥାପନ କରାଯାଇଥିବା ରିପୋର୍ଟରେ ଦର୍ଶାଯାଇଛି। ୨୦୧୫-୧୬ରେ ହଜାରେ ପୁରୁଷଙ୍କ ପିଛା ମହିଳା ସଂଖ୍ୟା ୯୨୩ ଥିଲା। ୨୦୧୬-୧୭ରେ ଏହା ୯୨୬ ଏବଂ ୨୦୧୭-୧୮ରେ ଏହା ୯୨୯ ଏବଂ ୨୦୧୮-୧୯ରେ ଏହା ୯୩୧ରେ ପହଞ୍ଚିଛି। ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ତଥ୍ୟ ଏହି ରିପୋର୍ଟରେ ପ୍ରକାଶ ପାଇଛି। କେରଳ ଏବଂ ଛତିଶଗଡ଼ ଏହି ତାଲିକାର ଶୀର୍ଷରେ ରହିଛନ୍ତି। ଏଠାରେ ହଜାରେ ପୁରୁଷଙ୍କ ପିଛା ମହିଳା ସଂଖ୍ୟା ୯୫୯ ରହିଛି। ଏହା ପଛକୁ ମିଜୋରାମ୍‌ ଓ ଗୋଆ ରହିଛନ୍ତି। ଏହି ଦୁଇ ରାଜ୍ୟରେ ହଜାରେ ପୁରୁଷଙ୍କ ପିଛା ମହିଳାଙ୍କ ସଂଖ୍ୟା ଯଥାକ୍ରମେ ୯୫୮ ଏବଂ ୯୫୪ ରହିଛି। ତାଲିକାର ଶେଷରେ ପଞ୍ଜାବ, ଲାକ୍ଷାଦ୍ୱୀପ ଏବଂ ଡାମନ ଓ ଡିୟୁ ରହିଛି। ଏଠାରେ ହଜାରେ ପୁରୁଷଙ୍କ ପିଛା ମହିଳାଙ୍କ ସଂଖ୍ୟା ଯଥାକ୍ରମେ ୯୦୦, ୮୯୧ ଏବଂ ୮୮୯ ରହିଛି। କେନ୍ଦ୍ର ସରକାରଙ୍କ ‘ବେଟି ବଚାଓ ବେଟି ପଢ଼ାଓ’ ଯୋଜନା ଦ୍ୱାରା ଏହି ସୁଫଳ ମିଳିଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri