ବେଦାନ୍ତ ହସ୍ପିଟାଲକୁ ଇଏସ୍‌ଆଇ ହସ୍ପିଟାଲ ମାନ୍ୟତା

ଲାଞ୍ଜିଗଡ,୧୪।୧୦(ଡି.ଏନ.ଏ.):କଳାହାଣ୍ଡି ଓ ରାୟଗଡା ଜିଲାର ଦୁର୍ଗମରୁ ଅତିଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଯୋଗାଇ ଦେବାରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା ଲାଞ୍ଜିଗଡସ୍ଥିତ ବେଦାନ୍ତ ହସ୍ପିଟାଲକୁ ଇଏସଆଇ ହସ୍ପିଟାଲର ମାନ୍ୟତା ମିଳିଛି। ଏଥିପାଇଁ ଗୁରୁବାର ବେଦାନ୍ତ ହସ୍ପିଟାଲ ପରିସରରେ ଆୟୋଜିତ ସମାରୋହରେ ଭୁବନେଶ୍ୱରସ୍ଥିତ ଇଏସଆଇ ଆଞ୍ଚଳିକ ନିର୍ଦ୍ଦେଶକ ପାର୍ଥସାରଥୀ ପଣ୍ଡା ଓ ଲାଞ୍ଜିଗଡ ବେଦାନ୍ତ ଲିମିଟେଡ ପକ୍ଷରୁ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଗୋବିନ୍ଦ ଗୋପାଳ ପାଲଙ୍କ ମଧ୍ୟରେ ଏମଓୟୁ ସ୍ବାକ୍ଷରିତ ହୋଇଥିଲା। ଏହି ଅବସରରେ ଇଏସଆଇ ରାଜ୍ୟ ଚିକିତ୍ସାଧିକାରୀ ଡା. ଲାଲମୋହନ ମିଶ୍ର, ମେଡିକାଲ ରେଫରୀ ଡା. ଏସ. ଦତ୍ତା, ରାୟଗଡା କେଜେପୁରସ୍ଥିତ ମେଡିକାଲ ଅଧୀକ୍ଷକ ଡା. ବି.ଏନ ପଣ୍ଡା ଏବଂ ଜେକେପୁର ଇଏସଆଇ ଶାଖା ପରିଚାଳକ ରାଜେନ୍ଦ୍ର ବେହେରାଙ୍କ ସହିତ ବେଦାନ୍ତ ଲିମିଟେଡ ସିଏସଆର୍‌ ବିଭାଗ ମୁଖ୍ୟ ବିଭୁଦେନ୍ଦୁ ପଣ୍ଡା, ଏଚଆର୍‌ ମୁଖ୍ୟ ବିଶାଳ ସିଂହ, ଏଚଏସଇ ମୁଖ୍ୟ ହର୍ଷବର୍ଦ୍ଧନ ପାଣ୍ଡେ, ବେଦାନ୍ତ ଲିମିଟେଡ ମୁଖ୍ୟ ଚିକିତ୍ସାଧିକାରୀ ଡା. ଅକ୍ଷୟ କୁମାର ସାହୁ, ସିଏଲଏମ ମୁଖ୍ୟ ଆଲୋକ ଗୟା, ଏଡମିନ ମୁଖ୍ୟ ସୂର୍ଯ୍ୟ ନାରାୟଣ ପାଣିଗ୍ରାହୀ, ସିଏସଆର୍‌ ବିଭାଗ ଉପମୁଖ୍ୟ ଦିଲୀପ ପ୍ରଜାପତି, ଏଡମିନ ଶ୍ରୀକାନ୍ତ ବହିଦାର, ଲୋକସମ୍ପର୍କ ବିଭାଗ ଋଷଭ ଗର୍ଗ, ବେଦାନ୍ତ ହସ୍ପିଟାଲ ମୁଖ୍ୟ ପରିଚାଳନା ଅଧିକାରୀ ଅମର କୁମାର ମହାନ୍ତି, ଅଶୋକ ଖୋରାଙ୍କ ସହିତ ବେଦାନ୍ତ ଲିମିଟେଡ ଏବଂ ବେଦାନ୍ତ ହସ୍ପିଟାଲ କର୍ମଚାରୀମାନେ ଉପସ୍ଥିତ ଥିଲେ। କଳାହାଣ୍ଡି ଜିଲାର ପ୍ରଥମ ହସ୍ପିଟାଲ ଭାବେ ବେଦାନ୍ତ ହସ୍ପିଟାଲ ଏହି ମାନ୍ୟତା ପାଇଥିବାରୁ ଶ୍ରମିକ ଓ ଇଏସଆଇ ଅନ୍ତର୍ଭୁକ୍ତ କର୍ମଚାରୀ ମହଲରେ ଖୁସିର ଲହରୀ ଖେଳିଯାଇଛି। ଇଏସଆଇ ବା କର୍ମଚାରୀ ରାଜ୍ୟ ବୀମା ନିଗମ ଦ୍ୱାରା ଶ୍ରମିକ ଓ କର୍ମଚାରୀମାନେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟସେବା ମାଗଣାରେ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri