ବେଧଡ଼କ ଚାଲିଛି ପାଣି ପାଇପ ଚୋରି

କେନ୍ଦୁଝର, ୧୬ା୭ (ସ୍ବ.ପ୍ର.)- ସଦର ଥାନା ଅନ୍ତର୍ଗତ ବଡଘାଗରା ଜଳଭଣ୍ଡାରକୁ ଯାଇଥିବା ରାସ୍ତାକଡରେ ଜଳ ଯୋଗାଣ ପାଇଁ ବିଛାଯାଇଥିବା ପୁରୁଣା ପାଇପ ବେଧଡକ ଚୋରି ହେଉଛି। ସୋମବାର ଦୁର୍ବୃତ୍ତମାନେ ମାଟି ଖୋଳି ପାଇପ ଚୋରି କରୁଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏଠାରେ ସୂଚନା ଯୋଗ୍ୟ ଯେ, ବଡଘାଗରା ଜଳଭଣ୍ଡାରରୁ କେନ୍ଦୁଝର ସହରକୁ ପାନୀୟ ଜଳ ଯୋଗାଣ ହୋଇଥାଏ। ଏଥିପାଇଁ ବଡ ବଡ ପାଇପ ବିଛାଯାଇଛି। ତେବେ କିଛି ବର୍ଷ ତଳେ ପାଇପ ବଦଳାଯାଇ ନୂଆ ପାଇପ ବିଛାଯାଇଥିଲା। ନୂଆ ପାଇପ ବିଛା ଯିବା ପରେ ପୁରୁଣା ପାଇପ ଅଲୋଡା ହୋଇଯାଇଛି ା ଲକ୍ଷ ଲକ୍ଷ ଟଙ୍କା ମୂଲ୍ୟର ଏହି ଅବ୍ୟବହୃତ ପାଇପ ସବୁକୁ ବିଭାଗ ପକ୍ଷରୁ ସଂଗ୍ରହ କରି ରଖାଯାଉ ନ ଥିବାରୁ ଚୋରି ହୋଇଯାଉଛି ା ଦୁର୍ବୃତ୍ତ ମାନେ ମାଟି ଖୋଳି ଏହି ସବୁ ପାଇପ ନେଇଯାଉଥିବା ବେଳେ କବାଡି ବାଲାଙ୍କୁ ବିକି ଲାଭବାନ ହେଉଛନ୍ତି। ସୁରକ୍ଷା ଅଭାବରୁ ପାଇପ ଚୋରି ହେଉଥିବାରୁ ବ୍ୟାପକ ରାଜସ୍ବ ହାନୀ ଘଟୁଛି। କିଛି ମାସ ତଳେ ପାଇପ ଚୋରି ଘଟଣାରେ ପୋଲିସ କେତେକ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବର୍ତ୍ତମାନ ଏନେଇ ସ୍ଥାନୀୟ ଲୋକ ସୂଚନା ଦେଉଥିଲେ ହେଁ ଧରପଗଡ କରୁନଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri