ବେଧଡ଼କ ଚାଲିଛି ବେଆଇନ କରତକଳ

ରୂପ୍‌ସା,୭।୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ସଦର ବ୍ଲକ ସମେତ ବସ୍ତା, ବାଲିଆପାଳ ଓ ଭୋଗରାଇ ଆଦି ଅଞ୍ଚଳରେ ଅବାଧରେ ବେଆଇନ ଭାବେ କରତକଳ ଚାଲୁଥିବା ଅଭିଯୋଗ ହେଉଛି। ସ୍ଥାନୀୟ ଜଙ୍ଗଲରୁ ଗଛକଟା ଯାଇ କରତକଳରେ ଚିରାଯିବାପରେ ଅନ୍ୟତ୍ର ଚାଲାଣ କରାଯାଉଛି। ଏଭଳି ସ୍ଥିତିରେ ପ୍ରଶାସନ ଓ ବନବିଭାଗ ନୀରବଦ୍ରଷ୍ଟା ସାଜି ବସିଥିବା ଅଭିଯୋଗରେ ଦର୍ଶାଯାଇଛି। ଉଲ୍ଲେଖନୀୟ ଯେ, ଗତ ସେପ୍ଟେମ୍ବର ଓ ଅକ୍ଟୋବରରେ ବନବିଭାଗ ଜିଲାର ବିଭିନ୍ନ ସ୍ଥାନରେ ଥିବା କରତକଳ ଉପରେ ଚଢ଼ାଉ କରି କାଠ, ଯନ୍ତ୍ରାଂଶ ଆଦି ଜବତ କରିଥିଲା। ସଦର ଥାନା ପଦାଗାଁ, ବସ୍ତା ଥାନା ଧପାଖନ୍ଦ ଓ ପୋଡ଼ାପୋଡ଼ା ଗ୍ରାମ ନିକଟରେ ଥିବା ୩ କରତକଳ ଉପରେ ଚଢ଼ାଉ ହୋଇଥିଲା। ସେହିପରି ସଦର ଥାନା ଅଧୀନ ଅନନ୍ତପୁର ଓ ରୂପ୍‌ସା ଥାନା ଜାମୁନିଆ ଅଞ୍ଚଳର ୩ କରତକଳ ସମେତ ଭୋଗରାଇ ବ୍ଲକରେ ୪ଟି କରତକଳ ଉପରେ ଚଢ଼ାଉ କରାଯାଇଥିଲା। ଅନୁରୂପ ବାଲିଆପାଳ ବ୍ଲକରେ ମଧ୍ୟ ଧରପଗଡ଼ କରାଯାଇଥିଲା। ପରେ ବିଭାଗ ଏ ଦିଗରେ ଶିଥିଳତା ଅବଲମ୍ବନ କରିବାରୁ ବିଭିନ୍ନ ସ୍ଥାନରେ ପୁଣି ବେଆଇନ କରତକଳ ମୁଣ୍ଡ ଟେକିଥିବା ରୂପ୍‌ସାର ପରିବେଶପ୍ରେମୀ ରବୀନ୍ଦ୍ର କୁମାର ବେହେରା ଅଭିଯୋଗ କରିିଛନ୍ତି। ଏପରି କି ପରିକ୍ଷୀ, ରୂପ୍‌ସା, ଲଛମନଖୁଣ୍ଟା, ମଧୁପୁରା, ହଳଦୀପଦା ଆଦି ଅଞ୍ଚଳରେ ଏବେ ଅନେକ ବେଆଇନ କରତକଳ ଚାଲିଛି। ଏ ଦିଗରେ ପ୍ରଶାସନିକ ପଦକ୍ଷେପ ନିଆ ନ ଗଲେ ଜୋରଦାର ଆନ୍ଦୋଳନ କରାଯିବ ବୋଲି ବିଭିନ୍ନ ସଂଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି। ଏ ସମ୍ପର୍କରେ ଚାନ୍ଦିପୁର ରେଞ୍ଜ ଅଫିସର କ୍ଷୀରାବ୍ଧତ୍ ପ୍ରଧାନଙ୍କୁ ପଚରାଯିବାରୁ ଅଭିଯୋଗ ମୁତାବକ ବେଆଇନ କରତକଳ ବନ୍ଦ ଦିଗରେ ନିଶ୍ଚୟ ବିଭାଗୀୟ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?