ବେଧଡ଼କ ମୋରମ ଚୋରା ଚାଲାଣ: ୩ ହାଇଓ୍ବା ଜବତ

ଛେଣ୍ଡିପଦା,୨୨।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅନ୍ତର୍ଗତ ଜରପଡ଼ା ରାଜସ୍ବ ସର୍କଲ ଅଞ୍ଚଳରେ ସରକାରୀ ରାଜସ୍ବ ଫାଙ୍କି କିଛି ମାଫିଆ ବେଧଡ଼କ ଭାବେ ଚୋରାରେ ମୋରମ ଚାଲାଣ କରୁଛନ୍ତି। ଜାତୀୟ ରାଜପଥ ସଂପ୍ରସାରଣ କରୁଥିବା ଏକ ଠିକାସଂସ୍ଥା ପକ୍ଷରୁ ସରକାରୀ ତାଗିଦକୁ ଅମାନ୍ୟ କରିବା ସହିତ ରାଜସ୍ବ ଫାଙ୍କି ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥର ସଂପ୍ରସାରଣ କାର୍ଯ୍ୟ ନିମନ୍ତେ ପ୍ରତ୍ୟେକ ଦିନ ଶହଶହ ଟ୍ରିପ୍‌ ମୋରମ ଚାଲାଣ କରାଯାଉଛି । କୌଣସି ଖବର ପାଇ ଛେଣ୍ଡିପଦା ତହସିଲଦାର ଗୁରୁବାର ବିଳମ୍ବିତ ରାତିରେ ଜରପଡ଼ା ପୋଲିସ ସହାୟତାରେ ଦୁର୍ଗାପୁର ନିକଟରେ ଥିବା ମୋରମ ଖଣି ଉପରେ ଚଢାଉ କରିବା ୩ଟି ହାଇୱା ଜବତ କରିଛନ୍ତି। ଉକ୍ତ ସ୍ଥାନରୁ କେତେ ପରିମାଣର ମୋରମ ଚାଲାଣ କରାଯାଇଛି ସେନେଇ ଜରପଡା ରାଜସ୍ବ ନିରୀକ୍ଷକଙ୍କ ତଦନ୍ତ ରିପୋର୍ଟ ଆସିବା ପରେ ଜରିମାନା ଆଦାୟ କରାଯିବ ବୋଲି ତହସିଲଦାର ପ୍ରକାଶ କରିଛନ୍ତି ।
ସୂଚନାଯୋଗ୍ୟ ଗତ ୧୬।୧୧।୨୦୧୯ ରିଖରେ ଶୁକ୍ରବାର ବେଆଇନ ମୋରମ ଚାଲାଣ ହେଉଥିବା ଖବର ପାଇ ଛେଣ୍ଡିପଦା ତହସିଲଦାର ଡାନିଏଲ ଏକ୍କା ଚଢାଉ କରି ହାଇୱା ଜବତ କରିବା ସହିତ ରାଜପଥ ସଂପ୍ରସାରଣ କରୁଥିବା ଠିକାସଂସ୍ଥାକୁ ଜରପଡ଼ା ରାଜସ୍ବ ନିରୀକ୍ଷକଙ୍କ ରିପୋର୍ଟକୁ ଆଧାର କରି ୫ ଲକ୍ଷ ଜରିମାନା କରାଯାଇଥିଲା। ରାଜସ୍ବ ଫାଙ୍କିବା ପାଇଁ ରାଜପଥ ଦୋହରୀକରଣ ସଂସ୍ଥା ଦିନରେ ମୋରମ ଚାଲାଣ ନ କରି ରାତିରେ କରୁଛି। ଅନ୍ୟପକ୍ଷରେ ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯିବା ସହିତ ଆଗାମୀ ଦିନରେ ଚୋରା ବାଲି ଓ ମୋରମ ଖଣି ଉପରେ ଚଢ଼ାଉ କରାଯିବ ବୋଲି ତହସିଲଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ

ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?