ବେନାମୀ କୃଷିଋଣରେ ଅର୍ଥ ଆତ୍ମସାତ୍‌ ଅଭିଯୋଗ : ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ଭବାନୀପାଟଣା,୧୫ା୬(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଉକତ୍ଳ ଗ୍ରାମୀଣ ବ୍ୟାଙ୍କ ବୋର୍ଡା ଶାଖାରେ ବ୍ୟାଙ୍କ କର୍ମଚାରୀ ଓ ଦଲାଲ ମିଶି ଚାଷୀଙ୍କ ନାଁରେ ବେନାମୀ କୃଷିଋଣ କରି କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି। ସୂଚନାନୁସାରେ, ଉକତ୍ଳ ଗ୍ରାମୀଣ ବ୍ୟାଙ୍କ ବୋର୍ଡା ଶାଖା ପକ୍ଷରୁ ଅଞ୍ଚଳର ଦୁଧେଲ, କାନ୍ଦୁଲଝର, ଟେପସା, ପଲନା, ବାଲିପାଟି, ଆଜରାଇ, ଅର୍ତ୍ତଲ ଆଦି ଗାଁର ଅନାଦେୟ ଋଣ ଖିଲାପକାରୀ ଚାଷୀଙ୍କୁ ୩୦ ଦିନ ଭିତରେ ଋଣ ପରିଶୋଧ ପାଇଁ ନୋଟିସ ଦିଆଯାଇଥିଲା। ତେବେ ଏଥି ମଧ୍ୟରୁ ଅର୍ଦ୍ଧାଧିକ ଚାଷୀ ଋଣ ପାଇଁ କିପରି ନୋଟିସ ଗଲା ସେ ନେଇ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହୋଇଥିଲେ। ବ୍ୟାଙ୍କରେ ପ୍ରାଥମିକ ଯାଞ୍ଚ ପରେ କିଛି ଚାଷୀଙ୍କ ନାଁରେ ଜାଲ ଦସ୍ତଖତ କରି ଋଣ ଉଠାଯାଇଥିବା ବେଳେ କିଛି ଚାଷୀଙ୍କ ନାଁରେ ଅନ୍ୟ ବ୍ୟକ୍ତିଙ୍କ ଫଟୋ ଓ ନକଲି ଭୋଟର ପରିଚୟପତ୍ର ଦେଇ ଋଣ ଟଙ୍କା ଉଠା ଯାଇଛି। ଏପରିକି କିଛି ଚାଷୀଙ୍କ ନକଲି ଆର୍‌ଓଆର୍‌, ମାଲଗୁଜାରୀ ରସିଦ ଓ ଟିପ ଚିହ୍ନ ଦେଇ ଲକ୍ଷାଧିକ ଟଙ୍କା ହଡ଼ପ କରାଯାଇଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏନଇ ଅଞ୍ଚଳର ଚାଷୀ ଜଗତ ମାଝୀ, ଖୁଟୁଲୁ ମାଝୀ, ମାଧବ ମାଝୀ, ଉର୍ବଶୀ ମାଝୀ, ସାଧନୀ ମାଝୀ, ରୁଖ ମାଝୀଙ୍କ ସମେତ ଅନେକ ଚାଷୀ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରାଯାଇଥିବା ନେଇ ଉକତ୍ଳ ଗ୍ରାମୀଣ ବ୍ୟାଙ୍କ ବୋର୍ଡା ଶାଖା ପରିଚାଳକ ଜରିଆରେ ୟୁଜିବି ମୁଖ୍ୟ ମହାପ୍ରବନ୍ଧକଙ୍କୁ ଜଣାଇଥିଲେ। ହେଲେ ଏଯାଏ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିବା ଅଭିଯୋଗ କରିଛନ୍ତି। ଅପରପକ୍ଷରେ ଏହି ଋଣ ଟଙ୍କା ଆତ୍ମସାତ୍‌ ଘଟଣାରେ ବ୍ୟାଙ୍କ କର୍ମଚାରୀଙ୍କ ସମେତ ଅଞ୍ଚଳର ଜଣେ ବ୍ୟାଙ୍କ ଦଲାଲଙ୍କ ହାତ ଥିବାରୁ ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ଆହୁରି ଅନେକ ତଥ୍ୟ ପର୍ଦ୍ଦାଫାସ ହେବ ବୋଲି ଅଞ୍ଚଳର ଚାଷୀମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ବୋର୍ଡା ଉକତ୍ଳ ଗ୍ରାମୀଣ ବ୍ୟାଙ୍କ ଶାଖା ପରିଚାଳକ ଶେଷଦେବ ସାହୁଙ୍କୁ ପଚାରିବାରୁ ଘଟଣାର କିଛି ସତ୍ୟତା ଥିବା ଏବଂ ଏ ସମ୍ପର୍କରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇଥିବା କହିଛନ୍ତି। ତଦନ୍ତ ହେଲେ ସବୁ ଜଣାପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri