ବେପରୁଆ ଗାଡ଼ି ଚାଳକଙ୍କୁ ଜଗିବ ସ୍ପିଡ୍‌ ହଣ୍ଟର କ୍ୟାମେରା

ଛତ୍ରପୁର,୨୮ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଦ୍ରୁତଗତିରେ ଗାଡ଼ି ଚଳାଉଥିବା ଚାଳକଙ୍କୁ ଚିହ୍ନଟ କରିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଆରମ୍ଭ ହୋଇଛି। ଏଥିପାଇଁ ସ୍ପିଡ୍‌ ହଣ୍ଟର ୨ ପ୍ଲସ୍‌ କ୍ୟାମେରା ଜିଲାକୁ ଆସିଛିା ଶୁକ୍ରବାର ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଏହାର ଶୁଭାରମ୍ଭ କରିଛନ୍ତି। ଅଧିକ କ୍ଷମତାପୂର୍ଣ୍ଣ ଏହି କ୍ୟାମେରା ଷ୍ଟିଲ୍‌ ଫଟୋ ଉତ୍ତୋଳନ ସହ ଭିଡିଓ ରେକଡିଂ କରିବ । କ୍ୟାମେରା ଫୁଟେଜ୍‌ ଓ ଫଟୋକୁ ଆଧାର କରି ଦ୍ରୁତଗତିରେ ଓ ବେପାରୁଆ ଭାବେ ଗାଡି ଚଳାଉଥିବା ଚାଳକ ଓ ଗାଡିକୁ ଚିହ୍ନଟ କରାଯିବ । ଏହାଫଳରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ସୁବିଧା ହେବ ବୋଲି କୁହାଯାଇଛି। ଏହି କ୍ୟାମେରା ଦିନ ବେଳା ୩୦୦ ମିଟର ଓ ରାତିରେ ୧୨୦ ମିଟର ଦୂରତା ପର୍ଯ୍ୟନ୍ତ ଗାଡିର ନମ୍ବର ଓ ଚାଳକ ଫଟୋ ଉତ୍ତୋଳନ ସହ ରେକଡିଂ କରିବାର କ୍ଷମତା ରଖିଥିବା ସୂଚନା ଦିଆଯାଇଛି। ଏଥିସହ ଉକ୍ତ କ୍ୟାମେରାର ଡାଟା ଅପଲୋଡ୍‌ ୪ଜି ସିମ୍‌ ଜରିଆରେ ହେବ। ଏହାପରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କ ପାଇଁ ଇ-ଚାଲାଣ କଟାଯିବ। କ୍ୟାମେରା ଶୁଭାରମ୍ଭ ବେଳେ ଗଞ୍ଜାମ ଆରଟିଓ ସଞ୍ଜୟ ବିଶ୍ୱାଳ, ଡିଏସପି ଉକତ୍ଳ କେଶରୀ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri