ବେପରୁଆ ଗାଡ଼ି ଚାଳକଙ୍କୁ ଜଗିବ ସ୍ପିଡ୍‌ ହଣ୍ଟର କ୍ୟାମେରା

ଛତ୍ରପୁର,୨୮ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଦ୍ରୁତଗତିରେ ଗାଡ଼ି ଚଳାଉଥିବା ଚାଳକଙ୍କୁ ଚିହ୍ନଟ କରିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଆରମ୍ଭ ହୋଇଛି। ଏଥିପାଇଁ ସ୍ପିଡ୍‌ ହଣ୍ଟର ୨ ପ୍ଲସ୍‌ କ୍ୟାମେରା ଜିଲାକୁ ଆସିଛିା ଶୁକ୍ରବାର ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଏହାର ଶୁଭାରମ୍ଭ କରିଛନ୍ତି। ଅଧିକ କ୍ଷମତାପୂର୍ଣ୍ଣ ଏହି କ୍ୟାମେରା ଷ୍ଟିଲ୍‌ ଫଟୋ ଉତ୍ତୋଳନ ସହ ଭିଡିଓ ରେକଡିଂ କରିବ । କ୍ୟାମେରା ଫୁଟେଜ୍‌ ଓ ଫଟୋକୁ ଆଧାର କରି ଦ୍ରୁତଗତିରେ ଓ ବେପାରୁଆ ଭାବେ ଗାଡି ଚଳାଉଥିବା ଚାଳକ ଓ ଗାଡିକୁ ଚିହ୍ନଟ କରାଯିବ । ଏହାଫଳରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ସୁବିଧା ହେବ ବୋଲି କୁହାଯାଇଛି। ଏହି କ୍ୟାମେରା ଦିନ ବେଳା ୩୦୦ ମିଟର ଓ ରାତିରେ ୧୨୦ ମିଟର ଦୂରତା ପର୍ଯ୍ୟନ୍ତ ଗାଡିର ନମ୍ବର ଓ ଚାଳକ ଫଟୋ ଉତ୍ତୋଳନ ସହ ରେକଡିଂ କରିବାର କ୍ଷମତା ରଖିଥିବା ସୂଚନା ଦିଆଯାଇଛି। ଏଥିସହ ଉକ୍ତ କ୍ୟାମେରାର ଡାଟା ଅପଲୋଡ୍‌ ୪ଜି ସିମ୍‌ ଜରିଆରେ ହେବ। ଏହାପରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କ ପାଇଁ ଇ-ଚାଲାଣ କଟାଯିବ। କ୍ୟାମେରା ଶୁଭାରମ୍ଭ ବେଳେ ଗଞ୍ଜାମ ଆରଟିଓ ସଞ୍ଜୟ ବିଶ୍ୱାଳ, ଡିଏସପି ଉକତ୍ଳ କେଶରୀ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri