ବେଲଘର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ: ତୁରନ୍ତ ନିଯୁକ୍ତି ଦାବିରେ ୨୬ କିମି ଚାଲିଲେ ଛାତ୍ର

ତୁମୁଡ଼ିବନ୍ଧ,୪।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ସରକାରୀ ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଓ ନବମ ଶ୍ରେଣୀର ୫୪ଜଣ ଛାତ୍ର ଶିକ୍ଷକ ଦାବିରେ ୨୬ କିମି ବାଟ ଚାଲିଛନ୍ତି। ମଙ୍ଗଳବାର ରାତି ୩ଟାରେ ବିଦ୍ୟାଳୟ ହଷ୍ଟେଲରୁ ବାହାରି ଛାତ୍ରମାନେ ଚାଲିଚାଲି ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ତୁମୁଡ଼ିବନ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତଥା ବିଡିଓ ଦାୟିତ୍ୱରେ ଥିବା କୈଳାସ ଚନ୍ଦ୍ର ମୁର୍ମୁ, ବ୍ଲକ ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ପାତ୍ର ପ୍ରମୁଖ ଛାତ୍ରମାନଙ୍କୁ ବୁଝାଶୁଝା କରିଥିବା ସୂଚନା ମିଳିଛି।

ଉକ୍ତ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀଠାରୁ ଦଶମ ପର୍ଯ୍ୟନ୍ତ ୩୭୫ ଛାତ୍ରୀଛାତ୍ର ପଢ଼ୁଥିବା ବେଳେ ରହିଛନ୍ତି ମାତ୍ର ୭ଜଣ ଶିକ୍ଷକ। ଏପରିକି ପ୍ରଧାନଶିକ୍ଷକ ମଧ୍ୟ ନାହାନ୍ତି। ଅପରପକ୍ଷେ ସ୍କୁଲରେ ଆଉ ୭ଜଣ ଶିକ୍ଷକଙ୍କ ଆବଶ୍ୟକତା ରହିଛି। ଏହାକୁ ନେଇ ଛାତ୍ରମାନେ ରାତିରେ ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ, ଶ୍ରେଣୀଗୃହ, ମୁଖ୍ୟଫାଟକ ଆଦିରେ ତାଲାପକାଇ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ସେମାନଙ୍କ ଦାବି ବିଷୟରେ ଭାରପ୍ରାପ୍ତ ବିଡିଓ ଏବଂ ବ୍ଲକ ଅଧ୍ୟକ୍ଷ ପଚାରି ବୁଝି ସ୍କୁଲକୁ ପଠାଇଥିଲେ। ସ୍କୁଲରେ ସେମାନଙ୍କ ଦାବି ସମ୍ପର୍କରେ ଅଧିକ ତଦନ୍ତ କରାଯିବା ପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri