Posted inଖେଳ

ବେଲଜିୟମ କୋଚ୍‌ ମାର୍ଟିନେଜଙ୍କ କାର୍ଯ୍ୟକାଳ ବୃଦ୍ଧି

ବ୍ରସେଲ୍ସ,୪।୫(ଏଏଫ୍‌ପି): ବେଲ୍‌ଜିୟମ ଫୁଟବଲ କୋଚ୍‌ ରୋବେର୍ଟୋ ମାର୍ଟିନେଜଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି। କାତାରରେ ଆୟୋଜନ ହେବାକୁ ଥିବା ଫିଫା ବିଶ୍ୱକପ୍‌ ପର୍ଯ୍ୟନ୍ତ ସେ କୋଚ୍‌ ପଦରେ ରହିବେ ବୋଲି ସ୍ଥାନୀୟ ଗଣମାଧ୍ୟମଗୁଡିକ ସୂଚନା ଦେଇଛନ୍ତି। ଏ ନେଇ ୪୬ ବର୍ଷୀୟ ମାର୍ଟିନେଜ ବେଲଜିୟମ୍‌ ଫୁଟବଲ ଫେଡେରେଶନ (ବିଏଫ୍‌ଏଫ୍‌) ସହିତ ୩ ସପ୍ତାହ ତଳେ ଚୁକ୍ତି କରିଛନ୍ତି। ଚଳିତ ବର୍ଷ ୟୁରୋପିଆନ ଚାମ୍ପିୟନଶିପ୍‌ ପରେ ମାର୍ଟିନେଜଙ୍କ ଚୁକ୍ତି ଶେଷ ହେବାର ଥିଲା। ତେବେ କୋଭିଡ-୧୯ ମହାମାରୀ କାରଣରୁ ତାଙ୍କ ଚୁକ୍ତିକୁ ୨୦୨୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା। ୨୦୧୮ ବିଶ୍ୱକପ୍‌ରେ ମାର୍ଟିନେଜ ବେଲଜିୟମକୁ ତୃତୀୟ ସ୍ଥାନରେ ପହଞ୍ଚାଇଥିଲେ। ତାଙ୍କର ବାର୍ଷିକ ପାଉଣା(୧.୩୩ ମିଲିୟନ ଆମେରିକୀୟ ଡଲାର)କୁ ଦୁଇଗୁଣ କରାଯିବ। ପୂର୍ବତନ ଇଭର୍ଟନ, ଓ୍ବିଗାଲ ଓ ସ୍ବାନ୍‌ସି ମ୍ୟାନେଜର ମାର୍ଟିନେଜ ୨୦୧୬ରେ ବେଲଜିୟମ କୋଚ୍‌ ଭାବେ ମାର୍କ ଓ୍ବିଲମୋଟ୍ସଙ୍କ ଉତ୍ତରାଧିକାରୀ ଭାବେ ନିଯୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri