ବେଲଟିକିରିରେ ପ୍ରାଣୀଧନ ଚିକିତ୍ସକ ଦଳ: ଚିକିତ୍ସା କଲେ, ପ୍ରତିଷେଧକ ଦେଲେ

ଢେଙ୍କାନାଳ ଅଫିସ, ୧୫।୧୧-ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ଗ୍ରାମରେ ବଜବଜିଆ ରୋଗ ଆତଙ୍କ ସମ୍ପର୍କିତ ଖବର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ପ୍ରାଣୀଧନ ଚିକିତ୍ସା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଗୁରୁବାର ବିଭାଗର ଏକ ଟିମ୍‌ ଗ୍ରାମରେ ପହଞ୍ଚତ୍ ଗୋରୁଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ପ୍ରତିଷେଧକ ଦେଇଛନ୍ତି।
ଅଞ୍ଚଳରେ ୧୦ରୁ ଊର୍ଦ୍ଧ୍ୱ ଗୋରୁ ରୋଗାକ୍ରାନ୍ତ ହୋଇଛନ୍ତି। ଏଥିସହ ଏକ ବାଛୁରିର ମୃତ୍ୟୁ ଘଟିଛି। ବଜବଜିଆ ରୋଗରେ ଗୋରୁ ଆକ୍ରାନ୍ତ ହୋଇଥିବା ଗୋ-ପାଳକମାନେ ଅଭିଯୋଗ ଆଣିଥିଲେ। ଅଞ୍ଚଳରେ ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ରହିଛି। ହେଲେ ପ୍ରାଣୀଧନ ନିରୀକ୍ଷକ ନାହାନ୍ତି। ଫଳରେ ଉଚିତ୍‌ ସମୟରେ ରୋଗ ନିରୂପଣ କରାଯାଇପାରୁ ନାହିଁ। ଗୋରୁମାନେ ରୋଗାକ୍ରାନ୍ତ ହୋଇ ପ୍ରାଣ ହରାଉଛନ୍ତି। ଏହାକୁ ନେଇ ଗୋ-ପାଳକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଏ ନେଇ ଖବର ପ୍ରକାଶିତ ହେବାପରେ ଗୁରୁବାର ସକାଳେ ପ୍ରାଣୀ ଚିକିତ୍ସକ ଦଳ ଗ୍ରାମରେ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି।
ପ୍ରାଣୀଧନ ଚିକିତ୍ସାଳୟର ଉପ ନିର୍ଦ୍ଦେଶକ ଡା. ବିଷ୍ଣୁ ଚରଣ ସ୍ବାଇଁ, କାଇମାଟି ପ୍ରାଣୀଧନ ଚିକିତ୍ସକ ଡା. ମିନତି ବେହେରା, ଅତିରିକ୍ତ ପ୍ରାଣୀଧନ ଚିକିତ୍ସକ ଡା. ବିଜ୍ଞା ବେଦନ୍ତିକା, ପ୍ରାଣୀଧନ ନିରୀକ୍ଷକ ବିଦ୍ୟାଧର ବିଶ୍ୱାଳ, ସନ୍ତୋଷ ସାମନ୍ତ ପ୍ରମୁଖ ଆକ୍ରାନ୍ତ ଗୋରୁଙ୍କ ଚିକିତ୍ସା କରିଥିଲେ। ତେବେ ଏହା ବଜବଜିଆ ରୋଗ ନୁହେଁ ବୋଲି ଡାକ୍ତରମାନେ କହିଛନ୍ତି। ସେହିପରି ପେଟ ରୋଗ ଯୋଗୁ ବାଛୁରିର ମୃତ୍ୟୁ ଘଟିଥିବା ସୂଚନା ଦିଆଯାଇଛି। ରୋଗକୁ ନେଇ କଳ୍ପନାଜଳ୍ପନା ଲାଗି ରହିଥିବାବେଳେ ଗୋରୁଙ୍କ ଟିକାକରଣ କରାଯାଇଛି। ଏଥିସହ ବଜବଜିଆ ରୋଗ ସମ୍ପର୍କରେ ଚାଷୀଙ୍କୁ ସଚେତନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri