ବେଲଟିକିରିରେ ବଜବଜିଆ ରୋଗ ଆତଙ୍କ: ବାଛୁରି ମୃତ, ୧୨ ଗୋରୁ ଆକ୍ରାନ୍ତ

ଢେଙ୍କାନାଳ ଅଫିସ, ୧୪।୧୧ – ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ଗ୍ରାମରେ ବଜବଜିଆ ରୋଗ ଆତଙ୍କ ଦେଖାଦେଇଛି। ଏଥିରେ ଆକ୍ରାନ୍ତ ହୋଇ କୈଳାସ ସାମଲଙ୍କ ଗୋଟିଏ ବାଛୁରିର ମୃତ୍ୟୁ ଘଟିଛି। ୧୨ରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ ହୋଇଛନ୍ତି। ପ୍ରାୟ ଦେଢ଼ବର୍ଷ ହେଲା ପ୍ରାଣୀଧନ ନିରୀକ୍ଷକ ନ ଥିବାରୁ ଚିକିତ୍ସା ସୁବିଧା ନ ପାଇ ରୋଗାକ୍ରାନ୍ତ ଗୋ-ମହିଷାଦି ପ୍ରାଣୀ ମୃତ୍ୟୁମୁଖରେ ପଡୁଛନ୍ତି। ଏହାକୁ ନେଇ ଗୋ-ପାଳକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ଚାଷୀ ବଳରାମ ସାମଲଙ୍କ କହିବା କଥା, ଗ୍ରାମର ଅଧିକାଂଶ ଚାଷୀ। ସେମାନେ ଗୋପାଳନ କରୁଛନ୍ତି। କ୍ଷୀର ବିକ୍ରିକୁ ବ୍ୟବସାୟ ଭାବେ ଗ୍ରହଣ କରି ପରିବାର ପୋଷୁଛନ୍ତି। ଗୋରୁଙ୍କୁ ଆବଶ୍ୟକ ଚିକିତ୍ସା ସୁବିଧା ଯୋଗାଇଦେବାକୁ ଏକ ପ୍ରାଣୀଧନ ନିରୀକ୍ଷକ କେନ୍ଦ୍ର ଅଛି। ହେଲେ ଦୀର୍ଘ ଦିନ ହେଲା ପ୍ରାଣୀଧନ ନିରୀକ୍ଷକ ନାହାନ୍ତି। ଗାଈ, ଗୋରୁଙ୍କ ରୋଗହେଲେ ଚାଷୀକୁଳ ଭାଗ୍ୟ ଆଦରି ରହୁଛନ୍ତି। ବାରମ୍ବାର ଦାବି ସତ୍ତ୍ୱେ ଜିଲା ପ୍ରାଣୀଧନ ଚିକିତ୍ସା ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଅନ୍ୟ ବିକଳ୍ପ ନ ଥିବାରୁ ଚାଷୀମାନେ ଗୋରୁ ବିକିବା ଆରମ୍ଭ କଲେଣି। ଏ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ସେ ଦାବି କରିଛନ୍ତି।
ଏ ସଂକ୍ରାନ୍ତରେ ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ ଦାୟିତ୍ୱରେ ଥିବା ଡା. ଲକ୍ଷ୍ମୀନାରାୟଣ ନନ୍ଦ କୁହନ୍ତି, ଏ ନେଇ ଅଭିଯୋଗ ହୋଇ ନ ଥିଲା। ଏବେ ସୂଚନା ମିଳିଛି। ସ୍ଥାନୀୟ ପ୍ରାଣୀ ଚିକିତ୍ସକଙ୍କ ଜରିଆରେ ଗୁରୁବାର ପ୍ରତିଷେଧକ ଦିଆଯିବା ବ୍ୟବସ୍ଥା କରାଯିବ। ଜଣେ ପ୍ରାଣୀ ନିରୀକ୍ଷକଙ୍କୁ ଗୋରୁଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବାକୁ ନିର୍ଦ୍ଦେଶ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri