ବେଲ୍‌ ଖାରଜ, ଗଲେ ଜେଲ

ଅନୁଗୋଳ ଅଫିସ, ୨୭।୪: ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆ ମଦ ଭାଟିର ମାଲିକ ବିକ୍ରମ କିଶୋର ସାହୁଙ୍କୁ ରବିବାର ପୋଲିସ ଜେଲ୍‌ ପଠାଇ ଦେଇଛି। ଅପରାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଡିସ୍‌ଚାର୍ଜ ହେବା ପରେ ତାଙ୍କୁ ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ (ଏସ୍‌ଡିଜେଏମ୍‌)ଙ୍କ ଅଦାଲତରେ ହାଜର କରାଯାଇଥିଲା। ସେଠାରେ ବେଲ୍‌ ଆବେଦନ ଖାରଜ ହୋଇଯିବାରୁ ପୋଲିସ ବିକ୍ରମଙ୍କୁ ଅନୁଗୋଳ ଜେଲକୁ ପଠାଇ ଦେଇଛି।
ପ୍ରକାଶ ଯେ, ଚୋରା ମଦ କାରବାର ଅଭିଯୋଗରେ ଶୁକ୍ରବାର ସକାଳେ ଅନୁଗୋଳ ପୋଲିସ ବିକ୍ରମଙ୍କୁ ତାଙ୍କ ବାସଭବନରୁ ଗିରଫ କରିଥିଲା। ତାଙ୍କ ନାମରେ ଥିବା କରଡ଼ାଗାଡ଼ିଆ ମଦ ଭାଟିରୁ ପୋଲିସ ୪୪୪୦ ଲିଟର ଦେଶୀ ମଦ ସହ ୬ ହଜାର ଲିଟର ପୋଚ ଓ ୩୦ଟି ପ୍ଲାଷ୍ଟିକ ଜାର ଜବତ କରିଥିଲା। ଏହି ଘଟଣାରେ ବିକ୍ରମଙ୍କ ସହ ମୋଟ୍‌ ୪୩ ଜଣଙ୍କୁ ଗିରଫ କରାଯାଇଥିଲା। ହେଲେ ମେଡିକାଲରେ ସ୍ବାସ୍ଥ୍ୟପରୀକ୍ଷା ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବା କହିବାରୁ ୩ ଜଣ ଡାକ୍ତର ତାଙ୍କୁ ଅସୁସ୍ଥ ଘୋଷଣା କରିଥିଲେ। ୨ ଦିନ ମେଡିକାଲରେ ଚିକିତ୍ସିତ ହେବା ପରେ ରବିବାର ଅପରାହ୍ନ ୩ଟା ୪୦ରେ ମେଡିସିନ୍‌ ବିଭାଗର ଡାକ୍ତର ଗୋକୁଳାନନ୍ଦ ବେହେରା ବିକ୍ରମଙ୍କୁ ଡିସଚାର୍ଜ କରିଥିଲେ। ଏ ନେଇ ମେଡିକାଲ ପକ୍ଷରୁ ପୋଲିସକୁ ଅବଗତ କରାଯାଇଥିଲା। ଏହାପରେ ଅନୁଗୋଳ ଥାନା ଏସ୍‌ଆଇ ଅରକ୍ଷିତ ସେଠୀ, ପ୍ରକାଶ ମାଝି ଓ ବିପ୍ଳବ ସାହୁ ଏକ ଆମ୍ବୁଲାନ୍ସରେ ତାଙ୍କୁ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ହାଜର କରିଥିଲେ। କିନ୍ତୁ ବିଚାରପତି ବେଲ୍‌ ପିଟିସନ୍‌ ଖାରଜ କରିଦେବାରୁ ସେଠାରୁ ବିକ୍ରମଙ୍କୁ ଜେଲକୁ ନିଆଯାଇଥିଲା। ଜେଲ କର୍ତ୍ତୃପକ୍ଷ ଓ ପୋଲିସ ଏକ ଷ୍ଟେଚରରେ ତାଙ୍କୁ ଭିତରକୁ ନେଇଯାଇଥିବା ଦେଖିବାକୁ ମିଳିଥିଲା। ଅନୁଗୋଳ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ କହିଛନ୍ତି, ମେଡିକାଲରୁ ଡିସଚାର୍ଜ ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ବେଲ୍‌ ଖାରଜ ହୋଇଯିବାରୁ ଜେଲ ପଠାଇ ଦିଆଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରତାପ ବେହେରା କହିଛନ୍ତି, ଦାୟିତ୍ୱରେ ଥିବା ମେଡିସିନ୍‌ ସ୍ପେଶାଲିଷ୍ଟ ବିକ୍ରମଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିବା କହିବା ପରେ ପୋଲିସକୁ ଅବଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ଭୁବନେଶ୍ୱର ବିମାନବନ୍ଦରରୁ କେଜିଏ ସୁନା ଜବତ, ମଳଦ୍ୱାରରେ ଲୁଚାଇ ନେଉଥିଲେ ଯାତ୍ରୀ

ଭୁବନେଶ୍ୱର,୧୭।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କଷ୍ଟମ ବିଭାଗ ଚଢ଼ାଉ କରି ଜଣେ ଯାତ୍ରୀଙ୍କଠାରୁ ୧ କେଜି ସୁନା ଜବତ କରିଛି।...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

ମା’ଙ୍କ ଗୋଇଠା ମାଡ଼ରେ ଚାଲିଗଲା ପୁଅର ଜୀବନ

କାଲିମେଳା,୧୪ା୪(ଜୀବନ କୃଷ୍ଣ ଦାସ): ପୁଅକୁ ଆକଟ କରିବାକୁ ଯାଇ ମା’ଙ୍କ ଗୋଇଠା ମାଡ଼ରେ ନିଜ ଜନ୍ମ କଲା ୮ ବର୍ଷ ପୁଅର ମୃତ୍ୟୁ ହେବା ପରି...

ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ...

ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ ଘଟଣା: ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି

ବରଗଡ଼,୧୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ଥାନା ନିତ୍ୟାନନ୍ଦପୁର ଗ୍ରାମରେ ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ ଘଟଣାରେ ଶନିବାର ପୋଲିସ ପୁଣି ୩ ଅଭିଯୁକ୍ତଙ୍କୁ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri